ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜଧାନୀରେ ଜାରି ହେଲା ଟ୍ରାଫିକ କଟକଣା, ଏହି ରାସ୍ତାରେ ବନ୍ଦ ରହିବ ଗମନାଗମନ

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା । ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ । ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦ ମିନିଟ ଭିତରେ ବନ୍ଦ ରହିବ ରାସ୍ତା ।

President s
ଏୟାରପୋର୍ଟ ଛକ, କ୍ୟାପିଟାଲ୍ ହସ୍ପିଟାଲ, ଏଜି ଛକ ରାସ୍ତା ବନ୍ଦ ରହିବ । ରାଜଭବନ ଛକ, ପାୱାର ହାସ୍ ଛକ ଦେଇ ବନ୍ଦ ରହିବ ଗାଡ଼ି ଚଳାଚଳ । ୧୨୦ ବିଏନ୍ ଛକ, ଶାସ୍ତ୍ରୀନଗର, ବେହେରା ସାହି ରାସ୍ତା ବନ୍ଦ କରାଯିବ । ଜୟଦେବ ବିହାର ଛକରୁ ୧୬ ନମ୍ବର ଜାତୀୟ ରାଜପଥ ରାସ୍ତା ବନ୍ଦ ରହିବ ।ଖଣ୍ଡଗିରି ଫ୍ଲାଏ ଓଭର ବ୍ରିଜ୍, କସମୋପଲିସ ଛକ, ଏମ୍ସ ଅଣ୍ଡର ପାସ୍ ରାସ୍ତା ବନ୍ଦ ରହିବ । ସନ୍ଧ୍ୟା ୬.୩୦ରୁ ୭.୦୫ ଯାଏଁ ରହିବ ଟ୍ରାଫିକ କଟକଣା ବୋଲି ଦିଆଯାଇଛି ସୂଚନା ।

ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ହୋଇଛି । କାରକେଡ୍ ରିହରସାଲ କରିଛି କମିଶନରେଟ୍ ପୋଲିସ । ଆଜି ଅପରାହ୍ଣ ୫ଟା ୧୦ ମିନିଟ ସମୟରେ ବାୟୁସେନା ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି । ସଂଧ୍ୟାରେ ଭୁବନେଶ୍ବର AIIMSର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ।

ଓଡ଼ିଶାରେ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ କାର୍ଯ୍ୟକ୍ରମ । ୧୫ ତାରିଖରେ ରେଭେନ୍ସା ବିଶ୍ବବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏହି ଉତ୍ସବରେ ରାଜ୍ୟପାଳ ଅଧ୍ୟକ୍ଷତା କରିବେ । ସେହିପରି ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟର ୩ଟି ବିଲ୍ଡିଂର ଶିଳାନ୍ୟାସ କରିବେ । ଏହା ବ୍ୟତୀତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪'' ପ୍ରଦାନ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+