Get Updates
Get notified of breaking news, exclusive insights, and must-see stories!

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଟ୍ରାଫିକ କଟକଣା; ଆସନ୍ତାକାଲିଠୁ ୧୩ ତାରିଖ ଯାଏଁ କଟକଣା

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଟ୍ରାଫିକ କଟକଣା। ଆସନ୍ତାକାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ । ସେହିପରି ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ।

ଭୁବନେଶ୍ୱରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡାରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଳି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ ।

କଟକରେ ବି ବିଭିନ୍ ରାସ୍ତା ପାଇଁ ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି।

Durga Puja Traffic signal

ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+