ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ୩ ବାଇକ୍ ଆରୋହୀ ମୃତ
ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ମରିଚିମୁଣ୍ଡା ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ୩ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ବିରତୁଲା ଗ୍ରାମର ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ୩ଜଣ ଯୁବକ ଏକ ବାଇକ୍ ଯୋଗେ ରାମନବମୀ ଯାତ୍ରା ଦେଖି ଘରକୁ ଫେରୁଥିଲେ। ହେଲେ ମରିଚିମୁଣ୍ଡା ନିକଟରେ ଏକ ଟ୍ରକ୍ ଭାରସାମ୍ୟ ହରାଇ ବାଇକ୍କୁ ଧକ୍କା ଦେଇ ଫେରାର ହୋଇଥିଲା। ଫଳରେ ୩ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ୩ ଯୁବକଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକର ଛାୟା ଖେଳି ଯାଇଛି। ତୁରନ୍ତ ଗାଡି ଚାଳକଙ୍କୁ ଗିରଫ କରି ପରିବାର ଲୋକଙ୍କୁ କ୍ଷତିପୂରଣ ଦେବାକୁ ସାଧାରଣରେ ଦାବି ହୋଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।












Click it and Unblock the Notifications