୯୦ ଦିନରୁ ପୁରୁଣା ଚାଲାଣ ପୈଠ କରିବା ବାଧ୍ୟତାମୂଳକ, ସ୍ପଷ୍ଟ କଲେ ପରିବହନ ମନ୍ତ୍ରୀ

ପ୍ରଦୂଷଣ ପ୍ରମାଣପତ୍ର ପାଇବାକୁ ହେଲେ ବକେୟା ଚାଲାଣ ପୈଠ କରିବାକୁ ହେବ। ମଙ୍ଗଳବାର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇବା ସହିତ ଏ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତେବେ ଏପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମନ୍ତ୍ରୀ ମଙ୍ଗଳବାର ଏକ 'ଏକ୍ସ' ପୋଷ୍ଟରେ ସୂଚନା ଦେଇ କହିଛନ୍ତି, PUCC ପୂର୍ବରୁ ୯୦ ଦିନରୁ ପୁରୁଣା ଚାଲାଣ ପୈଠ ବାଧ୍ୟତାମୂଳକ। ସରକାରଙ୍କ ନିଷ୍ପତ୍ତି ସଂପୂର୍ଣ୍ଣ ଆଇନସମ୍ମତ ଥିଲା।

Transport Minister

ସୂଚନାଥାଉକି, ଏହା ପୂର୍ବରୁ ଗତ ୨୭ ଜାନୁଆରୀରେ ହାଇକୋର୍ଟ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ, ତାହା ଅନୁସାରେ PUCC ନଥିଲେ ବି ପେଟ୍ରୋଲ ମିଳିବା ନେଇ ଜାରି ହୋଇଥିବା କଟକଣା କାର୍ଯ୍ୟକାରୀ ହୋଇନଥିଲା । ହେଲେ ନିକଟରେ ପରିବହନ ବିଭାଗ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି। ଯେଉଁଥିରେ ସଂଶୋଧିତ ମୋଟର ଭେହିକଲ ରୁଲ୍ ବାବଦରେ କୋର୍ଟଙ୍କୁ ଅବଗତ କରାଯାଇଥିଲା । ତାହା ହେଉଛି ସେଣ୍ଟ୍ରାଲ ମୋଟର ଭେହିକିଲ ରୁଲ୍ ୧୬୭ ସବ୍ କ୍ଲଚ୍ ୧୨ ଅନୁସାରେ ବକେୟା ଚାଲାଣ ଥିଲେ PUCC ପାଇଁ ଆବେଦନ କରିହେବ ନାହିଁ। ତେଣୁ କୋର୍ଟ ଏହି ନିୟମ ଅନୁସାରେ ମାମଲାର ରାୟ ଶୁଣାଇଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ଡିସେମ୍ବର ୨୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା ଯେ, ଗାଡ଼ି ମାଲିକଙ୍କ PUCC ନଥିଲେ ତାଙ୍କୁ ପେଟ୍ରୋଲ କି ଡିଜେଲ ମିଳିବ ନାହିଁ। ଏନେଇ ବିଭିନ୍ନ ତୈଳ ବିକ୍ରୟକାରୀ କମ୍ପାନୀକୁ ଲେଖାଯାଇଥିବା ଚିଠିକୁ ବିରୋଧ କରି ହାଇକୋର୍ଟରେ ଦାୟର ହୋଇଥିଲା ଜନସ୍ୱାର୍ଥ ମାମଲା ।

ମୋଟର ଯାନ ଆଇନ ୧୯୮୮ ଓ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ ୧୯୮୯ ଉଲଂଘନ କରି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ବୋଲି ଜନସ୍ୱାର୍ଥ ମମାଲାରେ ଉଲ୍ଲେଖ କରାଯାଇଥିଲା । ଗାଡ଼ିର PUCC ପ୍ରମାଣପତ୍ର ନଥିବା ଯାନ ମାଲିକଙ୍କୁ ପେଟ୍ରୋଲ କିମ୍ବା ଡିଜେଲ ବିକ୍ରୟ ନକରିବା ଗାଡ଼ି ମାଲିକଙ୍କର ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଥିବା କୋର୍ଟକୁ ଦର୍ଶାଇଥିଲେ ଆବଦେନକାରୀଙ୍କ ଓକିଲ । ଏଥିସହିତ ଗାଡ଼ିର ପ୍ରଦୂଷଣ ପରୀକ୍ଷା ପୂର୍ବରୁ କୌଣସି ଚାଲାଣ ନଥିବା ନେଇ ଯେଉଁ ସର୍ତ୍ତ ଧାର୍ଯ୍ୟ କରାଯାଇଥିଲା ତାହା ବେଆଇନ ବୋଲି ଆବେଦନକାରୀ ଦର୍ଶାଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+