ଆଜିଠୁ ଆଦିବାସୀ ମେଳା; ରାଜଧାନୀରେ ସୃଷ୍ଟି ହେବ ଆଦିବାସୀ ଗ୍ରାମର ଭ୍ରମ

ରାଜଧାନୀରେ ସୃଷ୍ଟି ହେବ ଆଦିବାସୀ ଗ୍ରାମର ଭ୍ରମ । ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉପଲକ୍ଷେ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା ଅରମ୍ଭ ହେବାକୁ ଯାଉଛି । ଏହା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Tribal fair from today

ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ୍‌ କୋର୍ଟ, ଲାଇଭ ଡେମନଷ୍ଟ୍ରେଶନ, ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ ମୁଖ୍ୟ ଆକର୍ଷଣ ପାଲଟିବ। ଚଳିତ ବର୍ଷ ୨୦ଟି ଆଦିବାସୀ କୁଟିର ନିର୍ମାଣ କରାଯାଇଥିବାବେଳେ ୧୪୭ଟି ଷ୍ଟଲରେ ଆଦିବାସୀ ସାମଗ୍ରୀ ବିକ୍ରିବଟା ହେବ । ଏଥିସହ କଳା ଓ ହସ୍ତଶିଳ୍ପ ଗ୍ରାମ ପାଇଁ ୪୦ଟି ଷ୍ଟଲ ପ୍ରସ୍ତୁତ ହୋଇଥିବାବେଳେ୧୫ ଷ୍ଟଲରେ ଲାଇଭ ଡେମନଷ୍ଟ୍ରେଶନ ସୁବିଧା ରହିବ । ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ ଗ୍ୟାଲେରିରେ ବିର୍ସା ମୁଣ୍ଡାଙ୍କ ଜୀବନୀ, ଦେଶର ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନ ସମ୍ପର୍କିତ ଗ୍ୟାଲେରି, ଚିତ୍ରାଙ୍କନ ପ୍ରଦର୍ଶନୀ, ମିନି ଥିଏଟର୍‌ ଓ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯିବ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୀବନୀ ଆଧାରିତ ଲେଜର୍‌ ଶୋ', ଓଡ଼ିଶାର ଜନଜାତି ସମ୍ପ୍ରଦାୟଭିତ୍ତିକ ଡ୍ରୋନ ଶୋ', ଓଡ଼ିଶାର ଜନଜାତି ସ୍ବାଧୀନତା ସଂଗ୍ରାମୀଙ୍କ ଉପରେ ପର୍ଯ୍ୟବେଷିତ ଲାଇଟ ଆଣ୍ଡ୍‌ ସାଉଣ୍ଡ୍‌ ଶୋ', ଫ୍ୟାଶନ ଶୋ' ଏବଂ ଫାୟାର୍‌ ୱାର୍କ ଶୋ' ଦେଖିବାକୁ ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+