ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି;ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆପଡ଼ାରେ ପୁଣି ଥରେ ନିର୍ବାଚନ ପ୍ରଚାର କରିବାକୁ ପହଞ୍ଚିଛନ୍ତି। ଆଜି ପୂର୍ବାହ୍ଣରେ ଗୋଟମା ଏୟାରଷ୍ଟ୍ରିପରେ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ। ତାଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ପ୍ରଖ୍ୟାତ ଅଭିନେତା ତଥା ବିଧାୟକ ଆକାଶ ଦାସନାୟକ ମଧ୍ୟ ଆସିଛନ୍ତି। ଆଜି ଓଡ଼ିଶା ଇତିହାସରେ ପ୍ରଥମ ଥର ଲାଗି ଜଣେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ମାଓପ୍ରବଣ ତଥା ଉପାନ୍ତ ଅବହେଳିତ ଅଞ୍ଚଳ ଭାବେ ପରିଚିତ ସୁନାବେଡ଼ାରେ ପାଦ ଦେଇଥିଲେ।

ଏଠାରେ ଥିବା ପ୍ରତ୍ୟକ୍ଷ ଦେବୀ ମା ସୁନାଦେଈଙ୍କ ଦର୍ଶନ କରିଥିଲେ। ଆଦିବାସୀମାନଙ୍କୁ ଅବହେଳା କରାଯାଇଛି ବୋଲି କହିଥିଲେ। ସେ କହିଛନ୍ତି, ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି। ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି। ଖାଲି ଭୁବନେଶ୍ୱରରେ ରହି ଆପଣମାନେ ଖୁସି ତ କହିଲେ। ଆଦିବାସୀଙ୍କ ଦୁଃଖ ବୁଝିବ କିଏ? ମୁଁ ଆଦିବାସୀ ପରିବାରର, ତେଣୁ ମୁଁ ଆଦିବାସୀଙ୍କ ଦୁଃଖ ବୁଝିପାରୁଛି।
ମୁଖ୍ୟମନ୍ତ୍ରୀଙ୍କ ସହିତ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୁରେଶ ପୂଜାରୀ, ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ଏମ୍ପି ମାଳବିକା ଦେବୀ ସାମିଲ ହୋଇଛନ୍ତି।












Click it and Unblock the Notifications