ବାଇକକୁ ପଟିଲା ଟ୍ରକ:୨ ବାଇକ ଆରୋହୀଙ୍କ ମୃତ୍ୟୁ
ସୋର:ବାଇକକୁ ସାମନାରୁ ପଟିଲା ଟ୍ରକ୍ । ଘଟଣା ସ୍ଥଳରେ ୨ ଆରୋହୀଙ୍କ ମୃତ୍ୟୁ । ଜଣେ ମୃତକ ମାଣିତ୍ରୀ ଗାଁର ବାସିନ୍ଦା ହୋଇଥିବା ବେଳେ ଅନ୍ୟଜଣ ଯୁବକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରି ନାହିଁ । ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ଦୁର୍ଘଟଣା ଘଟିଛି ।
ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି ।

ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିବା ସହ ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ମେଡିକାଲକୁ ପଠାଇଥିଲେ । ଯେଉଁଠି ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ସେପଟେ ପୋଲିସ ଶବର ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ଘଟଣାର ତଦନ୍ତ ଆରମ୍ଭ କରିଛି ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications