ବରଯାତ୍ରୀ ଉପରେ ଚଢିଗଲା ଟ୍ରକ୍, 5 ମୃତ
କେନ୍ଦୁଝର : କେନ୍ଦୁଝରରେ ଏକ ମର୍ମନ୍ତୁଦ ଦୁର୍ଘଟଣା ସାମ୍ନାକୁ ଆସିଛି । ବରଯାତ୍ରୀ ଉପରେ ଚଢିଯାଇଛି ଟ୍ରକ୍ । ଫଳରେ ଘଟଣାସ୍ଥଳରେ 5 ଜଣଙ୍କର ମୃତ୍ୟୁ ହୋଇଛି । ଏହା ସହିତ 9 ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ତିନିଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । 20 ନମ୍ବର ଜାତୀୟ ରାଜପଥରେ ବରଯାତ୍ରୀ ଦଳ ଆସୁଥିବାବେଳେ ଷଠିଘର ନିକଟରେ ଶୁଆକାଟି ପଟୁ ଆସୁଥିବା ଏକ ଟ୍ରକ ଚଢ଼ି ଯାଇଥିଲା । ଫଳରେ ଘଟଣାସ୍ଥଳରେ 5 ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ମାନପୁର ଗ୍ରାମର ଜିତ୍ ପାତ୍ର, କାଳିଆ ମହାନ୍ତ, ଲକ୍ଷ୍ମୀପାଦର ରତିମୁଣ୍ଡା, ଷଠୀଘରର ଅମିତ ପାତ୍ର ଓ କେଉଟ ସାହିର ବାପୁନ ଦେହୁରୀ । ଟାଉନଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ସଙ୍କଟାପନ୍ନ ଥିବା ତିନି ଆହତଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । 6 ଜଣ କେନ୍ଦୁଝର ଜିଲ୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ । ଅଘଟଣ ପରେ ବର ବାହା ନ ହୋଇ ଫେରିଯାଇଥିବାବେଳେ ପୋଲିସ ଟ୍ରକକୁ ଜବତ କରିଛି ।












Click it and Unblock the Notifications