‘ ଅଢ଼େଇ ହଜାର ପ୍ରବାସୀ ଓଡ଼ିଶା ଆସିବେ, ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ

ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ତିନି ଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ। ଆସନ୍ତା ୮ରୁ ୧୦ ଯାଏ ଏହି ସମ୍ମିଳନୀ ଚାଲିବ।ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ପର୍ଯ୍ୟଟନ ବିଭାଗ ବି ଏଥିଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ। ରାଜ୍ୟ ସରକାରଙ୍କ ସବୁ ବିଭାଗ ସହଯୋଗରେ ଚାଲିଛି ପ୍ରସ୍ତୁତି। ଏ ନେଇ ଉପମୁଖ୍ୟମନ୍ତ୍ରୀ ତଥା ପର୍ୟ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ। ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍ ସବୁ କିଛି ବ୍ୟବସ୍ଥା ହୋଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ୬ ତାରିଖରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଉପସ୍ଥିତ ଭୁବନେଶ୍ଵରରେ ଉପସ୍ଥିତ ରହିବେ । ୯ ତାରିଖରେ ପ୍ରଧାନମନ୍ତ୍ରୀ ଓ ୧୦ ତାରିଖରେ ଦେଶର ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

prabhati parida

ପୁରୀରେ ସି ବିଚ୍ ଫେଷ୍ଟିଭାଲ ଚାଲିବ । ମୁକ୍ତେଶ୍ଵର ଫେଷ୍ଟିଭାଲଠୁ ଆରମ୍ଭ କରି ଯାହା ଯାହା ଉତ୍ସବ ଅଛି, ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ୟ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରିବାକୁ ପ୍ରସ୍ତୁତ କରାଯାଇଛି । ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍, ଅଥବା ପକ୍ଷୀ ଉତ୍ସବ ହେଉ, ସବୁ କିଛି ବ୍ୟବସ୍ଥା କରାଯାଇଛି ।

ତେବେ ଅଢ଼େଇ ହଜାର ପ୍ରବାସୀ ଭାରତୀୟ ଓଡ଼ିଶା ଆସିବା ପାଇଁ ପଞ୍ଜିକରଣ କରି ସାରିଛନ୍ତି । ଆଉ କିଛି ପ୍ରବାସୀ ଭାରତୀୟ ଓଡ଼ିଆ ଲୋକଙ୍କ ଘରେ ହୋମ ଷ୍ଟେ' ରେ ରହିବେ । ଓଡ଼ିଆ ଘରର ଖାଦ୍ୟ ଖାଇବେ, ଓଡ଼ିଶାର ଖାଦ୍ୟ ପ୍ରଣାଳୀ, ଓଡ଼ିଶାର ଅତିଥେୟତା, ବିଶ୍ଵ ଦରବାରରେ ଦେଖାଇବାର ଆମ ପାଇଁ ବଡ଼ ସୁଯୋଗ । ଯେଉଁ ବେଷ୍ଟ କେପ୍ଟ ସିକ୍ରେଟ ଥିଲା, ସେ ସିକ୍ରେଟ୍ କୁ ଗୋଟି ଗୋଟି କରି ରିଭେଲ କରିବାର ସମୟ ଆସିଛି ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+