Get Updates
Get notified of breaking news, exclusive insights, and must-see stories!

ସକାଳୁ ସକାଳୁ ଦୁଇ ଦୁର୍ଘଟଣା, ବସ୍ ଓ ଡିଭାଇଡରରେ ପିଟି ହେଲା ବସ୍

Accident News: ଶୀତୁଆ ସକାଳରେ କୁହୁଡ଼ି ବଳୟ ଭିତରେ ସକାଳୁ ସକାଳୁ ଘଟିଛି ଦୁଇଟି ସଡ଼କ ଦୁର୍ଘଟଣା । ଦୁଇଟି ପୃଥକ ବସ୍ ଦୁର୍ଘଟଣାରେ 30 ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ଗୋଟିଏ ଦୁର୍ଘଟଣା ଗଜପତି ଜିଲ୍ଲାରେ ହୋଇଥିବା ବେଳେ ଅନ୍ୟଟି କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ନୂଆପାଟଣା ରାସ୍ତାରେ ଘଟିଛି ।

bus accident

ମିଳିଥିବା ସୂଚନା ଅନୁସାରେ, ଗଜପତି ଜିଲ୍ଲା ରାଇସିଂ ଘାଟି ରାସ୍ତାରେ ଏକ ବସ୍ ଦୁର୍ଘଟଣା ହୋଇଛି । ଏକ ଗାଡ଼ିକୁ ସାଇଡ ଦେବାକୁ ଯାଇ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ଯାତ୍ରୀବସ୍ । ଦୁର୍ଘଟଣା 10 ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଯାତ୍ରୀଙ୍କୁ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ 2 ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଆଜି ସକାଳେ ଯାତ୍ରୀବାହୀ ବସଟି 20 ଜଣ ଯାତ୍ରୀଙ୍କୁ ନେଇ ବ୍ରାହ୍ମଣୀ ଗାଁରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ରାଇସିଂ ଘାଟି ନିକଟରେ ଏକ ଗାଡ଼ିକୁ ସାଇଡ ଦେବାକୁ ଯାଇ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ପିଟି ହୋଇଥିଲା । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପରଙ୍କ ସମେତ 10 ଜଣ ଯାତ୍ରୀ ଆହତ ହୋଇଛନ୍ତି ।

ସେହିପରି କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ନୂଆପାଟଣା ରାସ୍ତାରେ ଏକ ବସ୍ ଡିଭାଇଡରରେ ପିଟି ହୋଇ ରାସ୍ତା ଉପରେ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ 21 ଜଣ ଆହତ ହୋଇଛନ୍ତି । ଆହତଯାତ୍ରୀଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାଯାଇଛି । ସମସ୍ତ ଆହତ ଯାତ୍ରୀ ଦେବଗଡ଼ ଅଞ୍ଚଳର ।

ଗତକାଲି ଲକ୍ଷ୍ମୀ ନାମକ ଯାତ୍ରୀବାହୀ ବସ୍‌ଟି 40 ଜଣ ଯାତ୍ରୀଙ୍କୁ ନେଇ ଦେବଗଡ଼ରୁ ଭୁବନେଶ୍ୱର ଅଭିମୁଖେ ଆସୁଥଲା । ରାତି ପ୍ରାୟ 3 ଟା ସମୟରେ ବସଟି ଡିଭାଇଡରରେ ପିଟି ହୋଇ ରାସ୍ତା ଉପରେ ଓଲଟି ପଡ଼ିଥିଲା ।

ଦୁର୍ଘଟଣାରେ 21ଜଣ ଯାତ୍ରୀ ଆହତ ହୋଇଥିଲେ । ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଘନ କୁହୁଡି ଯୋଗୁଁ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ବୋଲି କୁହାଯାଇଛି । ପୁଲିସ ଗାଡ଼ିକୁ ଜବତ ଘଟଣାର ତଦନ୍ତ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+