Get Updates
Get notified of breaking news, exclusive insights, and must-see stories!

ଦିଗପହଣ୍ଡିରେ ଦୁଇ ବସ୍ ମୁହାଁମୁହିଁ ଧକ୍କା; 12 ମୃତ, 8 ଆହତ

ଦିଗପହଣ୍ଡି: ସକାଳୁ ସକାଳୁ ମିଳିଛି ଏକ ଦୁଃଖଦ ଖବର । ଗତକାଲି ରାତି ସମୟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ 12 ଜଣଙ୍କର ମୃତ୍ୟୁ ହୋଇଛି । 8 ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ 4 ଜଣ ମହିଳା ଓ 2 ଶିଶୁ ଅଛନ୍ତି ।

bus accident

ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଗୁଡାରିଠାରୁ ଭୁବନେଶ୍ୱର ଯାଉଥିବା ଓଏସ୍‌ଆର୍‌ଟିସି ବସଟି ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକଠାରେ ବିବାହ ଭୋଜି ସାରି ଫେରୁଥିବା ଏକ ଘରୋଇ ବସ୍‌କୁ ଧକ୍କା ଦେବାରୁ ଏହି ଅଘଟଣ ଘଟିଛି ବୋଲି ଖବର ମିଳିଛି । ଦୁର୍ଘଟଣା ଏତେ ଭୟାନକ ଥିଲା ଯେ ବସ୍ ଟି ଓଲଟି ପଡ଼ିଥିଲା । ବସ୍ ତଳେ ଅନେକ ଯାତ୍ରୀ ଚାପି ହୋଇ ପ୍ରାଣ ହରାଇଛନ୍ତି ।

ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି । ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି । ଅନେକଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଆହତମାନଙ୍କୁ 30 ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିବା ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+