ଆଜିଠୁ ପ୍ରଶିକ୍ଷଣ ନେବେ ନବାଗତ ବିଧାୟକ
Odisha News: ଆଜିଠୁ ପ୍ରଶିକ୍ଷଣ ନେବେ ନବାଗତ ବିଧାୟକ । ଦୁଇ ଦିନ ଧରି ଚାଲିବ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ। ତେବେ ବିଧାନସଭାର କାର୍ଯ୍ୟବିଧୀ, କମିଟି ବ୍ୟବସ୍ଥା, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ,ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ପଏଣ୍ଟ ଅଫ ଅର୍ଡର ସହ ବିଭିନ୍ନ କାର୍ଯ୍ୟଶୈଳୀ ବିଷୟରେ ଅବଗତ ହେବେ ନବ ନିର୍ବାଚିତ ବିଧାୟକ ।
ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବାଚସ୍ପତି ସୁରମା ପାଢୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ପ୍ରଶିକ୍ଷଣ ଶିବିରକୁ ସମ୍ବୋଧିତ କରିବେ। ସେହିଭଳି କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ ମଧ୍ୟ ନବନିର୍ବାଚିତ ବିଧାୟକଙ୍କୁ ସମ୍ବୋଧନ କରିବେ। ଦୁଇ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଉଭୟ ଶାସକ ଓ ବିରୋଧୀ ଦଳର ଅଭିଜ୍ଞ ନେତା ନବନିର୍ବାଚିତ ବିଧାୟକଙ୍କୁ ଟ୍ରେନିଂ ଦେବେ। ବିଧାନସଭାର କାର୍ୟ୍ୟବିଧି, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ, ଶୂନ୍ୟକାଳ, ବଜେଟ ବ୍ୟବସ୍ଥା ଜାଣିବା ସହ ଲୋକଙ୍କ ହିତରେ ଆଲୋଚନା କେଉଁ ଢଙ୍ଗରେ କରିବେ ସେନେଇ ପ୍ରଶିକ୍ଷଣ ଦିଆଯିବ।

ଆଜି ନବ ନିର୍ବାଚିତ ବିଧାୟକଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ , ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ । ମଧ୍ୟାହ୍ନ ୧୨ଟା ୦୫ ସମୟରେ ପ୍ରଭାବୀ ବିଧାୟକ ହେବାକୁ ଟ୍ରେନିଂ ଦେବେ ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଧାନସଭାର କାର୍ୟ୍ୟାବଳୀ ଓ ପରମ୍ପରା ବାବଦରେ ଦେବେ ପ୍ରଶିକ୍ଷଣ ।
ଅପରାହ୍ନ ୩ଟା ୧୫ ସମୟରେ କେମିତି ପ୍ରସ୍ତୁତ କରାଯିବ ବଜେଟ, ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡାଇ ଦେବେ ପ୍ରଶିକ୍ଷଣ । ସେହିପରି ଅପରାହ୍ନ ୪ଟା ୧୫ରେ ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସାଧାରଣ ଲୋକଙ୍କ ପ୍ରସଙ୍ଗ କିଭଳି ଉଠାଇବେ ସେନେଇ ଟ୍ରେନିଂ ଦେବେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ।
ସେହିପରି ପ୍ରଶିକ୍ଷଣର ଦ୍ୱିତୀୟ ଦିନ ସକାଳ ୧୦ଟାରେ ଗଣତନ୍ତ୍ରରେ କମିଟି ବ୍ୟବସ୍ଥାର କାର୍ଯ୍ୟକାରିତା ଉପରେ ମନ୍ତ୍ର ଦେବେ ଲୋକସଭା ସାଂସଦ ଭତ୍ତୃହରି ମହତାବ । ଦିନ ୧୧ଟା ୧୫ରେ ବିଧାନସଭାର କାର୍ଯ୍ୟବ୍ୟବସ୍ଥା ଉପରେ ପ୍ରଶିକ୍ଷଣ ଦେବେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ମଧ୍ୟାହ୍ନ ୧୨ଟା ୧୫ରେ ପ୍ରଶିକ୍ଷଣ ଶେଷ ଦିନରେ ନବନିର୍ବାଚିତ ବିଧାୟକଙ୍କୁ ସମ୍ବୋଧିତ କରିବେ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ।
ସୂଚନାଥାଉ ଯେ, ସପ୍ତଦଶ ବିଧାନସଭାକୁ ପ୍ରଥମ ଥର ପାଇଁ ନିର୍ବାଚିକ ହୋଇଛିନ୍ତି ୮୪ ଜଣ ବିଧାୟକ । ବିପେଜିରୁ ସର୍ବାଧିକ ୫୪ ଜଣ, ବିଜେଡିରୁ ୧୮ ଜଣ ଏବଂ କଂଗ୍ରେସରୁ ୯ ଓ ସ୍ୱାଧୀନରୁ ୩ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇଛନ୍ତି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications