ଧାନ ଜଗିବାକୁ କ୍ଷେତକୁ ଯାଇଥିଲେ, ଦଳିଦେଲା ହାତୀ... 2 ମୃତ
ଖୋର୍ଦ୍ଧା: ମୁଣ୍ଡ ଝାଳ ତୁଣ୍ଡରେ ମାରି ଫଳାଇଥିଲେ ଧାନ । ପାଚିଲା ଧାନ କାଳେ ହାତୀ ନଷ୍ଟ କରିଦେବ ତାକୁ ଜଗିବାକୁ ବିଲକୁ ଯାଇଥିଲେ । ହେଲେ ସେଇ ହାତୀ ଦଳିଦେବାରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ୍ ରାମଚନ୍ଦ୍ରପୁର ପଞ୍ଚାୟତରେ । ମୃତକ ଦୁଇଜଣ ହେଲେ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା ଓ ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ ।

ସୂଚନା ଅନୁସାରେ ଗତକାଲି ରାତିରେ ଟାଙ୍ଗୀ ବନାଞ୍ଚଳ ବରିକୋ ଗ୍ରାମ ନିକଟରେ 3 ଟି ଜଙ୍ଗଲୀ ହାତୀ ଆତଙ୍କ ଭିଆଇଥିଲେ । ଏହାକୁ ନେଇ ସ୍ଥାନୀୟ ଚାଷୀଙ୍କ ମନରେ ଆତଙ୍କ ଖେଳି ଯାଇଥିଲା । ଲୋକେ ଧାନ ଜମିକୁ ସୁରକ୍ଷା ଦେବା ପାଇଁ ଏକାଠି ହେଉଥିବା ବେଳେ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା ଓ ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ ସାଙ୍ଗ ହୋଇ ଚାଷ ଜମିକୁ ଯାଇଥିଲେ ।
ଚାଷ ଜମି ନିକଟରେ ଦୁହେଁ ବସିଥବା ବେଳେ ହାତୀ ପଲ ଆକ୍ରମଣ କରିଥିଲେ । ଫଳରେ ଚାଷ ଜମିରେ ଦୁହିଁଙ୍କର ମୃତ୍ୟୁ ହୋଇଥିଲା । କୃଷ୍ଣ ଚନ୍ଦ୍ର ଓ ଲକ୍ଷ୍ମୀଧର ଘରକୁ ଫେରିବାରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ । ଆଜି ସକାଳୁ ସେମାନଙ୍କ ମୃତଦେହ ଚାଷ ଜମିରେ ଦେଖିବାକୁ ମିଳିଥିଲା । ମୃତଦେହ ଚାଷ ଜମିରେ ଏବେ ବି ପଡ଼ି ରହିଛି । ଲୋକେ ବନ ବିଭାଗର ଅବହେଳାକୁ ଦାୟୀ କରିଛନ୍ତି । ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି । ପୁଲିସ ସହ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications