ଓଲଟିଲା ପିକ୍ଅପ୍ ଭ୍ୟାନ୍, 2 ଦଣ୍ଡୁଆ ମୃତ, 1 ରୁ ଅଧିକ ଆହତ
ଆସ୍କା: ସକାଳୁ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଖବର ଆସିଛି । ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ 2 ଜଣଙ୍କର ମୃତ୍ୟୁ ହୋଇଛି । ଏବଂ ଅନ୍ୟ 11 ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ହିଞ୍ଜିଳକାଟୁ ସୋମ୍ପୁର ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ଖବର ଅନୁଯାୟୀ, ଦଣ୍ଡୁଆମାନେ ଏକ ପିକ୍ଅପ୍ ଭ୍ୟାନରେ ବ୍ରହ୍ମପୁର ଠାରୁ କ୍ଷେତ୍ରୀ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ । ହିଞ୍ଜିଳିକାଟୁ ସୋମ୍ପୁର ନିକଟରେ ପିକ୍ଅପ୍ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଗାଡିରେ ଲୋକଙ୍କ ମଧ୍ୟରୁ ଦୁଇ ଜଣଙ୍କର ହିଁ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଆଉ ବାକି 11ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି ।
ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା । ଦୁର୍ଘଟଣାସ୍ଥଳରୁ ପ୍ରଥମେ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମେଡିକାଲରେ ସମସ୍ତ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications