ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାରରେ ଲାଗି 2 ନାବାଳକ ମୃତ
ସୁବର୍ଣ୍ଣପୁର: ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାରରେ ଲାଗି ଚାଲିଗଲା 2 ଜୀବନ । ଏହା ସହ ଆଉ ଜଣେ ଆହତ ହୋଇଛନ୍ତି । ମୃତକ ଦୁଇ ଜଣ ନାବାଳକ । ଏପରି ଦୁଃଖଦ ଘଟଣା ଗତକାଲି ବିଳମ୍ବିତ ରାତ୍ରିରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ହାତିଲିମୁଣ୍ଡା ଜଙ୍ଗଲରେ ଘଟିଛି ।
ମୃତ ଦୁଇ ନାବାଳକ ହେଲେ ସିଂହପାଲି ଗାଁର ନବୀନ ଡୁଙ୍ଗଙ୍କ ପୁଅ ଜିତ ଡୁଙ୍ଗ ଓ ନବୀନଙ୍କ ପୁତୁରା ରମେଶ ଡୁଙ୍ଗ । ନବୀନ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ।

ସୂଚନା ଅନୁସାରେ, ହାତିଲିମୁଣ୍ଡା ଜଙ୍ଗଲରେ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଯାଇଥିଲା । ବାପାଙ୍କ ସହ ଧାନ କ୍ଷେତ ଜଗିବାକୁ ଯିବାବେଳେ ଏହି ବିଦ୍ୟୁତ ତାର ସଂସ୍ପର୍ଶରେ ଜିତ ଓ ରମେଶ ଆସି ଯାଇଥିଲେ । ନବୀନ ତାଙ୍କୁ ଉଦ୍ଧାର କରିବାକୁ ସେ ମଧ୍ୟ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯାଇଥିଲେ ।ସ୍ଥାନୀୟ ଲୋକେ ପହଞ୍ଚି ଲାଇନ କାଟି ସମସ୍ତଙ୍କୁ ଉଦ୍ଧାର କରିଥିଲେ । ସମସ୍ତଙ୍କୁ ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଜିତ୍ ଓ ରମେଶଙ୍କୁ ମୃତ ଘୋଷଣା କରିଥିବା ବେଳେ ନବୀନଙ୍କ ଅବସ୍ଥା ଗୁରୁତର ରହିଛି । ଉଲୁଣ୍ଡା ପୁଲିସ 2ଟି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications