ଶପଥ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି
ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ଯଶୋୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ଆଜି ଶପଥ ଗ୍ରହଣ କରିଛନ୍ତି।
କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ଯଶୋୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ।

ପଞ୍ଜାବ ଓ ହରିୟାଣା ହାଇକୋର୍ଟରୁ ଜଷ୍ଟିସ ଯଶୋବନ୍ତ ସିଂହ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିବା ବେଳେ କୋଲକାତା ହାଇକୋର୍ଟରୁ ଆସିଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ତଥାପି ଆହୁରି ୧୩ଟି ପଦ ଖାଲି ଅଛି । ଓଡ଼ିଶା ହାଇକୋର୍ଟରେ ମଂଜୁରୀପ୍ରାପ୍ତ ବିଚାରପତିଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି।












Click it and Unblock the Notifications