Get Updates
Get notified of breaking news, exclusive insights, and must-see stories!

ଶପଥ ନେଲେ ହାଇକୋର୍ଟର ଦୁଇ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟରେ ଶପଥ ଗ୍ରହଣ କଲେ ଦୁଇ ନୂଆ ବିଚାରପତି । ଦୁଇ ନୂଆ ବିଚାରପତି ହେଲେ ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା । ଉଭୟଙ୍କୁ ଶପଥପାଠ କରାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତିଙ୍କ ସଂଖ୍ୟା 22 ରେ ପହଞ୍ଚିଛି ।

high court

ଉଲ୍ଲେଖଯ‌ୋଗ୍ୟ, 2023 ଅଗଷ୍ଟ 17ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବିଶିଷ୍ଟ ଆଇନଜୀବୀ ଶ୍ରୀ ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ବେହେରାଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା ।

ଶିବଶଙ୍କର ମିଶ୍ର ୧୯୬୮ ମେ ୩ ତାରିଖରେ ଜୟପୁରଠାରେ ଜନ୍ମଗ୍ରହଣ କରିଥିଲେ । କୋରାପୁଟର ଜୟପୁର ଆଇନ୍‌ ମହାବିଦ୍ୟାଳୟରୁ ଏଲଏଲବି ଡିଗ୍ରି ହାସଲ କରିଥିଲେ । ଶ୍ରୀ ମିଶ୍ର ୧୯୯୧ ଡିସେମ୍ବର ୭ରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିବା ବେଳେ ତାଙ୍କର ଏହି ପେସାରେ ୩୦ ବର୍ଷର ଅନୁଭବ ରହିଛି । ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କର ବିଶେଷ ଦକ୍ଷତା ରହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଡଭୋକେଟ ଅନ୍ ରେକର୍ଡ ଅଛନ୍ତି । ସେ ଓଡ଼ିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି ।
ସେହିପରି ଆନନ୍ଦଚନ୍ଦ୍ର ବେହେରା ୧୯୬୪ ମେ ୨୩ରେ ଜନ୍ମଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ବର୍ତ୍ତମାନ ଶ୍ରୀ ବେହେରା ରାଜ୍ୟ ଭିଜିଲାନ୍ସରେ ଲିଗାଲ ଆଡଭାଇଜର ଭାବେ କାର୍ଯ୍ୟରତ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+