ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ
ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ । ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ । ଭବିଷ୍ୟତରେ ବାଘ ଆଣିବା ନେଇ ଯୋଜନା ରହିଛି ବୋଲି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭବିଷ୍ୟତରେ ଦେବ୍ରିଗଡ଼କୁ ୨ଟି ବାଘ ଆଣିବା ପାଇଁ ଯୋଜନା ଅଛି। ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ। ମାତ୍ର ଦେବ୍ରିଗଡ଼ରେ ବ୍ୟାଘ୍ର ଆଣିବା ପାଇଁ ସ୍ଥାନୀୟ ଲୋକଙ୍କ ସହଯୋଗ ଦରକାର। ଆମେ ସେମାନଙ୍କ ସହ ଆଲୋଚନା ଜାରି ରଖିଛୁ। ଶିମିଳିପାଳକୁ ଯମୁନା ଏବଂ ଜିନତକୁ ଅଣାଯାଇଥିଲା। ମାତ୍ର ଏ ପର୍ଯ୍ୟନ୍ତ ବଂଶବୃଦ୍ଧିରେ ଆମେ ସଫଳତା ପାଇପାରିନୁ। ସେମାନେ ସୁରକ୍ଷିତ ଅଛନ୍ତି। ବଂଶବୃଦ୍ଧି ନେଇ ଭାଗ୍ୟ ଆମକୁ ସାଥ ଦେଇନି। ବଂଶବୃଦ୍ଧି ନେଇ ପ୍ରୟାସ ଜାରି ରହିଛି। ଜିପିଏସ ଟ୍ରାକିଂ କରାଯାଉଛି। କ୍ୟାମେରା ମାଧ୍ୟମରେ ମନିଟରିଂ ମଧ୍ୟ ଜାରି ରହିଛି।












Click it and Unblock the Notifications