ଦୁଇ ଦିନ ଭିତରେ ଯୁକ୍ତ ଦୁଇ ରେଜଲ୍ଟ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଦେଇଛନ୍ତି ସୂଚନା। ମନ୍ତ୍ରୀ କହିଛନ୍ତି, 'ଆଉ ବିଳମ୍ବ ହେବନି, ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ଯେହେତୁ ଆଜି ଯୁକ୍ତ ୩ ଆବେଦନର ଶେଷ ତାରିଖ। ଉଚ୍ଚଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି ପାଇଁ ନିବେଦନ କରିବୁ।'

NITYANANDA GOND

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଥିଲେ।

ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଥିଲେ। ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ପଷ୍ଟ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+