ସିଏମଓରୁ ଇସ୍ତଫା ଦେଲେ ଦୁଇ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର: ଓଡ଼ିଶାରୁ ବିଜେଡି ସରକାରର ଅବସାନ ଘଟିବା ପରେ ରାଜ୍ୟରେ ଭିନ୍ନଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି । ବିଜୁ ଜନତା ଦଳ ର ସଭାପତି ନବୀନ ପଟ୍ଟନାୟକ ଗତକାଲି (ବୁଧବାର) ମୁଖ୍ୟମନ୍ତ୍ରୀ ପଦବିରୁ ଇସ୍ତଫା ଦେଲା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇ ଜଣ ବରିଷ୍ଠ ଅଧିକାରୀ ଇସ୍ତଫା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଫିସର ମୁଖ୍ୟ ପରାମର୍ଶଦାତା ଭାବେ ଗତ ନଭେମ୍ବର ମାସରେ ନିଯୁକ୍ତି ପାଇଥିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ସେ ବୁଧବାର ଇସ୍ତଫା ଦେଇଛନ୍ତି ।
ତାଙ୍କ ଇସ୍ତଫାକୁ ସାଧାରଣ ପ୍ରଶାସନ ବିଭାଗ ଗ୍ରହଣ କରିନେଇଛି । ସେହିଭଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସର ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିବା ଆର୍. ବାଲକ୍ରିଷ୍ଣନ୍ ମଧ୍ୟ ଇସ୍ତଫା ଦେଇଛନ୍ତି । ତେବେ ଏହି ଦୁଇ ଜଣ ଆଇଏଏସ୍ ଅଫିସର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ଦୁହେଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ । ଏବେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇ ରିଟାୟର୍ଡ ଆଇଏଏସ୍ ଅଫିସର ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।

ସୂଚନାଯୋଗ୍ୟ,ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ ସରକାରର ପତନ ଘଟିଛି । ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି । ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ୱାଧୀନ ୩ଟି ଏବଂ ସିପିଆଇ(ଏମ୍) ଗୋଟିଏ ଆସନ ପାଇଛନ୍ତି । ନିର୍ବାଚନରେ ବିଜେଡ଼ି ହାରିବ ପରେ ମୁଖ୍ୟମନ୍ତ୍ରୀ ଦେଇ ଥିଲେ ଇସ୍ଥଫା , ଏବେ ବରିଷ୍ଠ ଅଧିକାରୀ ମାନେ ଦେଉଛନ୍ତି ଇସ୍ତଫା ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications