ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠନ
ଉଦିତ ପ୍ରଧାନ ନିଲମ୍ବିତ । ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ କାର୍ଯ୍ୟାନୁଷ୍ଠାନ । ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ । ନିଲମ୍ବନ କଲେ ଜାତୀୟ ଯୁବ କଂଗ୍ରେସ ସଭାପତି । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ ।

ଜଣେ ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ଦେଇ ଦୁଷ୍କର୍ମ କରିବା ନେଇ ଛାତ୍ରୀ ଜଣକ ଲିଖିତ ଅଭିଯୋଗ କରିଥିଲେ। ମଞ୍ଚେଶ୍ୱର ଅଂଚଳରେ ଥିବା ଏକ ହୋଟେଲରେ ତାଙ୍କୁ ଦୁଷ୍କର୍ମ କରିବା ନେଇ ଅଭିଯୋଗ କରିଥିଲେ ଛାତ୍ରୀ । ଛାତ୍ରୀଙ୍କ ଅଭିଯୋଗ ଆଧାରରେ ଉଦିତ ପ୍ରଧାନଙ୍କୁ ଗିରଫ କରିଛି ପୋଲିସ । ଆଜି ଉଦିତ ପ୍ରଧାନ ଓ ଅଭିଯୋଗକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ନମୁନା ସଂଗ୍ରହ କରାଯିବ ।












Click it and Unblock the Notifications