ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୨୫୦ କୋଟି

ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି । ୨୦୨୪ ଜାନୁଆରୀ ୦୧ରୁ ୨୦୨୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଅବଧି ବଢ଼ିଛି । ୧୦ ଲକ୍ଷ ହିତାଧିକାରୀ ମାସକୁ ୫ କେଜି ଲେଖାଏ ମାଗଣା ଚାଉଳ ପାଇବେ । ଏହା ଆଗାମୀ ୫ ବର୍ଷ ଯାଏଁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ ।

naveen_patnaik

ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ । ରାଜ୍ୟର ଜଣେବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+