ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ, ୧୭ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ, ଜାଣନ୍ତୁ କାହାକୁ ମିଳିଲା କେତେ

ଭୁବନେଶ୍ୱର: ଆଜ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏଥିରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ଜଣାପଡିଛି। ସ୍ୱାସ୍ଥ୍ୟ, ଶିକ୍ଷା, ଲୋକସମ୍ପର୍କ , ରାଜସ୍ୱ ଓ ସାଧାରଣ ପ୍ରଶାସନ ପରି ବିଭାଗର ବିଭିନ୍ନ ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି।

State Cabinet meeting

ରାଜ୍ୟ କ୍ୟାବିନେଟ ରାଜସ୍ବ ବିଭାଗର ୩ଟି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏଥି ସହିତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଶିକ୍ଷକଙ୍କ ଦରମାରେ ପରିବର୍ତ୍ତନ କରାଯିବା ନେଇ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଛି। ଏଥି ପାଇଁ ରାଜ୍ୟ ସରକାର ୫୮୭ କୋଟି ଖର୍ଚ୍ଚ କରିବେ।ଏଥିରେ ୧ ଲକ୍ଷ ୪ ହଜାରରୁ ଅଧିକ ଶିକ୍ଷକ ଉପକୃତ ହେବେ।

ଅନ୍ୟପଟେ ଏଲିମେଣ୍ଟାରୀ ଶିକ୍ଷକ କ୍ୟାଡର ପୁନର୍ଗଠିତ ହେବା ନେଇ ମଧ୍ୟ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଛି। ସେହିପରି ରାଜ୍ୟର ସମସ୍ତ ୟୁଜି (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଛି। ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ ଅଧୀନ ୟୁଜି, ପିଜି ପିଲା ଏହି ବୃତ୍ତି ପାଉଥିଲେ। ଏବେ ଅନ୍ୟ ବିଭାଗ କୃଷି, ସଂସ୍କୃତି ବିଭାଗ ଅଧୀନରେ ଥିବା ପିଲା ମଧ୍ୟ ପାଇବେ।

ସେହିପରି ରାଜ୍ୟରେ ନୂଆ ବିମାନବନ୍ଦର କାର୍ଯ୍ୟକ୍ଷମ ହେବା ସହିତ ନୂଆ ନୂଆ ସ୍ଥାନକୁ ବିମାନ ଚଳାଚଳ ଆରମ୍ଭ ହେଉଛି। ତେବେ କେବଳ ବିମାନ ଚାଳନା ନୁହେଁ, ଏହି କ୍ଷେତ୍ରରେ କିପରି ସୁରକ୍ଷା ସୁନିଶ୍ଚିତ କରାଯିବ ସେନେଇ ଢେଙ୍କାନାଳ ବିରାଶାଳରେ ସ୍ଥାପନ ହେବ ବିଜୁ ପଟ୍ଟନାୟକ ଆଭିଏସନ ସେଣ୍ଟର। ଏଠାରେ ବିମାନ ଚାଳନା ସହ ସମ୍ପୃକ୍ତ ପ୍ରତ୍ୟେକ ଅଂଶୀଦାର ବିଭାଗର କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ପାଇଲଟ୍‌, କ୍ୟାବିନ କ୍ରୁ ଆଦି ବିଭିନ୍ନ ପ୍ରକାର ଟ୍ରେନିଂ ଦିଆଯିବ । ଆଭିଏସନ ସେଣ୍ଟର ପାଇଁ ୫୬୨ କୋଟି ଟଙ୍କା ବ୍ୟୟ ହେବ। ଅନ୍ୟପଟେ ୩୧୮ ଆମ ବସଷ୍ଟାଣ୍ଡ ପାଇଁ ୬ ହଜାର କୋଟି ମଞ୍ଜୁର କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+