ଜେଲରେ ବିଚାରଦୀନ କଏଦୀଙ୍କ ମୃତ୍ୟୁ
କେନ୍ଦୁଝର: ଜେଲରେ ଥିବା ବିଚାରଧୀନ କଏଦୀଙ୍କ ମୃତ୍ୟୁ । କେନ୍ଦୁଝର ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ସେ ଗତକାଲି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହା ପରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ନାଁ ଅଜୟ ଦାସ ଓ ତାଙ୍କ ଘର ସଦର ଥାନା ବୋଧବାହାଳି ଗାଁରେ ।

ନାବାଳିକା ଅସଦାଚରଣ ମାମଲାରେ ଗିରଫ ହୋଇ ଗତ 11ମାସ ହେଲା କେନ୍ଦୁଝର ଜେଲରେ ବିଚାରାଧୀନ ବନ୍ଦୀ ଭାବେ ଥିଲେ । ଗତକାଲି ଅପରାହ୍ନରେ ଜେଲ ପରିସରରେ ଥିବା ପାଇଖାନା ଟାଙ୍କିରେ ସଂଯୋଗ ଥିବା ଏକ ପାଇପରେ ବେକରେ ଗାମୁଛା ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସେଠାରୁ ତାଙ୍କୁ ଜେଲ ୱାର୍ଡର ଗୁରୁତର ଅବସ୍ଥାରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ କେଲ୍ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚନା ଦିଆଯାଇଛି ।












Click it and Unblock the Notifications