OISF ଯବାନଙ୍କ ବସ୍‌କୁ ଧକ୍କା ଦେଲା ଅଜଣା ଟ୍ରକ, ୨୬ ଯବାନ ଆହତ

କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ ନେଇ ଯାଉଥିବା ଏକ ବସକୁ ପଛରୁ ଧକ୍କା ଦେଲା ଟ୍ରକ । ଫଳରେ ଭାରସାମ୍ୟ ହରାଇ ବସଟି ଆଗରେ ଯାଉଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା । ତେବେ ଦୁର୍ଘଟଣାରେ ୨୬ ଜଣ ଯବାନ ଆହତ ହୋଇଥିବା ବେଳେ ବସର ଆଗ ଓ ପଛ କାଚ ଭାଙ୍ଗି ଯାଇଥିବା ସୂଚନା ରହିଛି ।

OISF jawan

ବସରେ ଥିବା ସମସ୍ତ ୨୬ ଜଣ ଯବାନ ଆହତ ହୋଇ ସ୍ଥାନୀୟ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବସଟି ଗୁଆଲିରୁ ଘଟଗାଁ ସ୍ଥିତ ଆନୁଆଲ କୋର୍ସ ଫାଇରିଙ୍ଗ ପରୀକ୍ଷା କେନ୍ଦ୍ରକୁ ଯାଉଥିଲା । ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଧରିବାକୁ ଚମ୍ପୁଆ ପୋଲିସ ଉଦ୍ୟମ ଜାରି ରଖିଛି। ଏନେଇ ଏସଡିପିଓ ରଶ୍ମି ରଞ୍ଜନ ସାହୁ ସୂଚନା ଦେଇଛନ୍ତି ଯେ ୨୬ ଜଣ ସାମାନ୍ୟ ଆହତ ହୋଇ ଚିକିତ୍ସିତ ଅଛନ୍ତି। ସେମାନେ ଫାଇରିଂ ଟ୍ରେନିଂ ପାଇଁ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+