Unified Pension Scheme: ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ବାଜିଲା କ୍ୟାବିନେଟ ମୋହର

ଏକୀକୃତ ପେନସନ ଯୋଜନା ଉପରେ କ୍ୟାବିନେଟ ମୋହର ଲଗାଇଛନ୍ତି ମୋହନ ସରକାର । ଗତ ୨୦୨୪ ଅଗଷ୍ଟ ୨୪ରେ ଏକୀକୃତ ପେନସନ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ ।ଆସନ୍ତା ୨୦୨୫ ଏପ୍ରିଲ ପହିଲାରୁ ଏହା କାର୍ଯ୍ୟକ୍ଷମ କରାଯିବ ।

ଯେଉଁ କର୍ମଚାରୀମାନେ NPS ବ୍ୟବସ୍ଥାରେ ପେନସନ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି, ସେମାନଙ୍କ ପାଇଁ ଏହି ବ୍ୟବସ୍ଥା ଲାଗୁ କରିବା ନିମନ୍ତେ ରାଜ୍ୟ କ୍ୟାବିନେଟ ସ୍ଥିର କରିଛନ୍ତି । ୨୫ ବର୍ଷର ସର୍ବନିମ୍ନ ଯୋଗ୍ୟତା ଅର୍ଜନକାରୀ ସେବା ଅବଧି ପାଇଁ, ଅବସର ପୂର୍ବର ୧୨ ମାସରେ ମିଳିଥିବା ହାରାହାରି ମୂଳ ଦରମା ବା ବେସିକ ପେ'ର, ୫୦ ପ୍ରତିଶତ ହାରରେ ପେନସନ ମିଳିବ ।

Unified Pension Scheme

ସର୍ବନିମ୍ନ ୧୦ ବର୍ଷର ଚାକିରି ଅବଧି ଠାରୁ ଆରମ୍ଭ କରି ୨୫ ବର୍ଷ ପର୍ଯ୍ୟନ୍ତ ଚାକିରି ଅବଧି କ୍ଷେତ୍ରରେ ପେନଶନ ଆନୁପାତିକ ଭାବେ ମିଳିବ ।
ସେହିପରି ମୃତ୍ୟୁ ପୂର୍ବରୁ କର୍ମଚାରୀ ପାଉଥିବା ପେନସନ ୬୦ ପ୍ରତିଶତ ହାରରେ ପାରିବାରିକ ପେନସନ ମିଳିବ । ସର୍ବନିମ୍ନ ୧୦ ବର୍ଷ ଚାକିରି ଅବଧି ସାରି ଅବସର ନେବା ପରେ ମାସିକ ୧୦,୦୦୦ ଟଙ୍କା ପେନସନ ମିଳିବ ।

ପ୍ରତ୍ୟେକ ସମ୍ପୂର୍ଣ୍ଣ ୬ ମାସ ସେବା ପାଇଁ ଅବସର ତାରିଖରେ ମିଳୁଥିବା ମାସିକ ପାରିଶ୍ରମିକର ଏକ ଦଶମାଂଶ ଏକକାଳୀନ ରାଶି ଭାବେ ମିଳିବ । ଏହି ରାଶି କାରଣରୁ ସୁନିଶ୍ଚିତ ପେନସ ର ପରିମାଣ କମ ହେବ ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+