କୋଭିଡ଼ ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ, ରାଜ୍ୟ ସହ କରିବେ ଆଲୋଚନା

ଭୁବନେଶ୍ୱର: ପୁଣି ମୁଣ୍ଡ ଟେକୁଛି କୋଭିଡ୍ । ନୂଆ ଭାରିଆଣ୍ଟ JN.1 ର ପ୍ରକୋପ ବିସ୍ତାର କରିବାରେ ଲାଗିଛି । କେରଳ ଓ କର୍ଣ୍ଣାଟକରେ ପଜିଟିଭ ପରେ କେନ୍ଦ୍ର ଗାଇଡଲାଇନ କରିଛି ।

ଏହା ପରେ ବୁଧବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ । ସମସ୍ତ ରାଜ୍ୟ ସହ ବୈଠକରେ କରିବେ ଆଲୋଚନା । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବୈଷୟିକ କମିଟି ଆଲୋଚନାରେ ଅଛି । ଆବଶ୍ୟକ ପଡିଲେ ରାଜ୍ୟ ଗାଇଡ୍‌ଲାଇନ୍‌ ଜାରି କରିପାରେ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।

Bijay mohapatra

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏବେ ବି ସର୍ଭେଲାନ୍ସ ଜାରି ରହିଛି । ଯେଉଁ ମାନଙ୍କର ଥଣ୍ଡା କାଶ ଜ୍ଵର ଅଧିକ ଦିନ ରହୁଛି, ଯେପରି ଆଗରୁ କୋଭିଡ଼ ଟେଷ୍ଟ କରାଯାଉଥିଲା । ସେହିପରି କରାଯିବ । ଏବେ ବି କରାଯାଉଛି । ଏବେ ଯାଏଁ ରାଜ୍ୟରେ ନୂଆ ଭାରିଆଣ୍ଟ ଚିହ୍ନଟ ହୋଇନାହିଁ । ଯଦି ଆସେ, ଆମେ ଜିନୋମ ସିକ୍ୱେନ୍ସ ପାଇଁ ପଠାଇବୁ । ବର୍ତ୍ତମାନ ସୁଦ୍ଧା ଏହି ନୂଆ ଭାରିଆଣ୍ଟରେ ସିଭିଆରିଟିର କୌଣସି ସୂଚନା ନାହିଁ । ତଥାପି ସର୍ଭେଲାନ୍ସ ଜାରି ରହିଛି ।

କେନ୍ଦ୍ରର ଗାଇଡଲାଇନ୍ ଅନୁଯାୟୀ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛୁ ଓ ଯଥେଷ୍ଟ ପରିମାଣ ଟେଷ୍ଟ କିଟ୍ ରହିଛି । ଏଣୁ ଯେଉଁ ଲୋକଙ୍କ ପାଖରେ କୌଣସି ଲକ୍ଷଣ ରହୁଛି, ସେମାନେ ଟେଷ୍ଟ କରନ୍ତୁ ବୋଲି ଅପିଲ କରିଛି ସ୍ୱାସ୍ଥ୍ୟ ବିଭାଗ । ମ୍ୟାନପାୱାର, ବେଡ୍, ଔଷଧ ସହ ସମସ୍ତ ପ୍ରକାର ପ୍ରସ୍ତୁତି ଆଗରୁ ସ୍ୱାସ୍ଥ୍ୟ ବିଭାଗ କରିଥିଲା ଏବେ ବି କରିଛୁ । ଯେଉଁମାନଙ୍କୁ ଥଣ୍ଡା, କାଶ ରହୁଚି ସେମାନେ ପ୍ରିକସନ୍ ନେବା ସହ କୋଭିଡ୍ ନିୟମ ଅନୁପାଳନ କରିବାକୁ ସ୍ୱାସ୍ଥ୍ୟ ବିଭାଗ କହିଛି । ତେବେ ଥଣ୍ଡା, ଜ୍ୱର ହେଲେ, ଘରୁ ବାହାରନ୍ତୁ ନାହିଁ। ଲକ୍ଷଣ ଥିଲେ, ପିକନିକ ଯାଆନ୍ତୁ ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+