Get Updates
Get notified of breaking news, exclusive insights, and must-see stories!

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଦୁଇ ଦିନିଆ ଗସ୍ତରେ କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ । କାଲି କଟକ ମୁଣ୍ଡଳୀ ଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦେବେ ଅମିତ ଶାହ। ମୁଣ୍ଡଳୀ ଠାରେ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀର ଖାରବେଳ ରିଜିଓନାଲ ଟ୍ରେନିଂ ସେଣ୍ଟର ଜାତୀୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ସ୍ଥାନ ଗ୍ରହଣ କରିଛି । କଟକରୁ ଫେରି ଭୁବନେଶ୍ବର ଇନଫୋଭାଲିରେ ଏନଏଫଏସୟୁ ଓ ସିଏଫଏସଏଲର ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗ ଦେବେ।

amit saha

ନ୍ୟାସନାଲ ଫରେନସିକ ସାଇନସେସ ୟୁନିଭର୍ସିଟି ଓ ସେଣ୍ଟ୍ରାଲ ଫରେନସିକ ସାଇନସ ଲାବୋଟୋରୀର ସ୍ଥାୟୀ କ୍ୟାମ୍ପସ ପାଇଁ ହେବ ଶିଳାନ୍ୟାସ । ଏହା ସହ ଫରେନସିକ ଶିକ୍ଷା ଓ ଯାଞ୍ଚ ପ୍ରକ୍ରିୟାକୁ ମଜଭୁତ କରିବାକୁ ଇ-ଟ୍ରାଞ୍ଜିଟ କ୍ୟାମ୍ପସର ଉଦଘାଟନ କରିବେ । ଏହା ସହ ଇଫକୋ- ପାରାଦୀପ ୟୁନିଟର ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ମଧ୍ୟ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ପରେ ଇଡକୋ ଗ୍ରାଉଣ୍ଡରେ ନୂଆ ନ୍ୟାୟ ସଂହିତା ନେଇ ଜନସଚେତନତା ସଂପର୍କରେ ପ୍ରଦର୍ଶନୀର ଉଦଘାଟନ କରିବେ । ଶେଷରେ ସମବାୟ ସେବାରେ ଦୁଗଧଜାତ ଉତ୍ପାଦନ ବୃଦ୍ଧି, ଯୁବଶକ୍ତି ସଶକ୍ତିକରଣ ଓ କୃଷକ ବିକାଶ ସଂପର୍କିତ ଶ୍ବେତ କ୍ରାନ୍ତି 2.0 କାର୍ଯ୍ୟକ୍ରମରେ ଯୋଗଦେବ । ପରେ ବିଏସଏଫ ଏୟାରକ୍ରାଫଟରେ ନୂଆଦିଲ୍ଲୀ ଫେରିଯିବ ଅମିତ ଶାହ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+