ପଦମପୁରେ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ କେନ୍ଦ୍ରମନ୍ତ୍ରୀଙ୍କ ଟାର୍ଗେଟ୍: କହିଲେ, ମନ କଥା ନ କହି, କାହା ହାତଲେଖା ପଢୁଛନ୍ତି...
ପଦମପୁରରେ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ । ଟ୍ବିଟ୍ କରି ଧର୍ମେନ୍ଦ୍ର କହିଲେ ଯେ, ପଦ୍ମପୁରରେ ମଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟରୁ ସ୍ପଷ୍ଟ ଜଣାପଡ଼ୁଛି ଯେ, ସେ ନିଜ ମନ କଥା ନ କହି କାହା ହାତ ଲେଖା ପଢୁଛନ୍ତି ।

ଭୁବନେଶ୍ୱର: ପଦମପୁରରେ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ । ଟ୍ବିଟ୍ କରି ଧର୍ମେନ୍ଦ୍ର କହିଲେ ଯେ, ପଦ୍ମପୁରରେ ମଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟରୁ ସ୍ପଷ୍ଟ ଜଣାପଡ଼ୁଛି ଯେ, ସେ ନିଜ ମନ କଥା ନ କହି କାହା ହାତ ଲେଖା ପଢୁଛନ୍ତି । ସେ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁରକୁ ଜିଲ୍ଲା କରିବାର ପ୍ରତିଶ୍ରୁତି, ଏବେ ବି ଘୋଷଣାରେ ସୀମିତ । ଜିଲ୍ଲା ଘୋଷଣା କରିବାର ନିର୍ଦ୍ଧାରିତ ତାରିଖ ନ କହିବା ପଦ୍ମପୁରବାସୀଙ୍କ ପାଇଁ ପ୍ରତାରଣା ସଦୃଶ ନୁହେଁ କି ବୋଲି ଟ୍ୱିଟ୍ କରି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସେହିପରି ଧର୍ମେନ୍ଦ୍ର ଲେଖିଛନ୍ତି ଯେ, ଦୀର୍ଘ 23 ବର୍ଷର ଶାସନ ଦାୟିତ୍ୱରେ ରହିବା ପରେ ପଦ୍ମପୁରର ପାଇକମାଳରେ ଥିବା ଗୋଟେ ପିଏଚସିକୁ ସିଏଚସି ଭାବେ ପରିଣତ କରି ମୁଁ ଯାହା କହେ ତାହା କରେ ବୋଲି କହିବା କେତେ ଦୂର ଠିକ୍ ? ଏଥିରୁ ରାଜ୍ୟରେ ବିକାଶର ଚିତ୍ର ସ୍ପଷ୍ଟ ଅନୁମେୟ । ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ଦୁଇଟି ନିର୍ବାଚନମଣ୍ଡଳୀର ଦାୟିତ୍ୱ ନେଲା ପରେ ବି ବରଗଡ ଜିଲ୍ଲା ସମେତ ଏହି ଅଞ୍ଚଳରୁ ହଜାର ହଜାର ଯୁବକ ଯୁବତୀ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି । ଏହି ସମସ୍ୟାର ସ୍ଥାୟୀ ସମାଧାନ କେବେ କରିବେ ? ମୁଁ ମୁଖ୍ୟମନ୍ତ୍ରୀଙ୍କୁ ମନେ ପକାଇଦେବାକୁ ଚାହୁଁଛି ଯେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଓଡ଼ିଶା ରେଲ୍ ଇନଫ୍ରାଷ୍ଟ୍ରକଚର ଡେଭେଲପମେଣ୍ଟ ଲିମିଟେଡ (ORIDL) ବରଗଡ ରୋଡ- ନୂଆପଡା ରେଳ ଲାଇନର ଦାୟିତ୍ୱ ସଠିକ ଭାବେ ନିର୍ବାହ କରିଛନ୍ତି କି ? ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
ଆଜି ପଦ୍ମପୁର ଠାରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଶୁଣିଲି । ତାଙ୍କ ମନ୍ତବ୍ୟରୁ ସ୍ପଷ୍ଟ ଜଣାପଡ଼ୁଛି ଯେ, ସେ ନିଜ ମନ କଥା ନ କହି କାହା ହାତ ଲେଖା ପଢୁଛନ୍ତି ।
— Dharmendra Pradhan (@dpradhanbjp) February 19, 2023
ଫସଲ ବୀମାରେ ଘରୋଇ କମ୍ପାନୀଙ୍କୁ ଆପଣ ସାମିଲ କରିଥିଲେ କି ନାହିଁ ? ବରଗଡ ସୋହେଲାରେ ଚାଷୀଙ୍କ ପାଇଁ ଘୋଷଣା କରିଥିବା 100 ଟଙ୍କା ବୋନସ ରାଜ୍ୟ ସରକାର ଦେଇଛନ୍ତି କି ? ମୁଖ୍ୟମନ୍ତ୍ରୀ ବରଗଡରେ ଜଳସେଚନ ପାଇଁ ଦେଇଥିବା ପ୍ରତିଶ୍ରୁତି କେବେ ପୂରଣ କରିବେ ? ଆପଣ ନିର୍ଦ୍ଧାରିତ ସମୟ ସୀମା କହିବେ କି, କେବେ ଏହାର ସୁଫଳ ବରଗଡର ନାଗରିକଙ୍କୁ ମିଳିବ ବୋଲି ସେ ପ୍ରଶ୍ନ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ 1 ହଜାର କୋଟି ଟଙ୍କାରୁ ଅଧିକ ଦୁର୍ନୀତିରେ ଓଡ଼ିଶା ସରକାରଙ୍କ ସମ୍ପୃକ୍ତି ଅଛି କି ନାହିଁ ? ବରଗଡ଼ ସମେତ ପଶ୍ଚିମ ଓଡ଼ିଶାକୁ ଆବାସ ଯୋଜନାରେ ଘର ବଣ୍ଟନରେ ପାତରଅନ୍ତର କରିଛନ୍ତି ନା ନାହିଁ ? ମୁଖ୍ୟମନ୍ତ୍ରୀ ନିଜ ରାଜନୈତିକ ଫାଇଦା ଦେଖି ପ୍ରତ୍ୟେକ ଯୋଜନା ପ୍ରଣୟନ କରନ୍ତି । ଆମ ଦଳ ବିଜେପି ଯୋଜନା ପ୍ରଣୟନ କରିବା ସହିତ କାର୍ଯ୍ୟକାରୀ କରିବାରେ ବିଶ୍ୱାସ କରେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ପଷ୍ଟ ବିଚାର ଅଛି, ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ ଓ ସବକା ପ୍ରୟାସ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications