ଶ୍ରୀମନ୍ଦିର ବିକାଶ ପାଇଁ ଗଜପତିଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି
ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁରୀ ଶ୍ରୀ ମନ୍ଦିରର ବିକାଶ ପାଇଁ ଗଜପତି ମହାରାଜଙ୍କୁ ଏହି ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର।
ଭୁବନେଶ୍ୱର: ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁରୀ ଶ୍ରୀ ମନ୍ଦିରର ବିକାଶ ପାଇଁ ଗଜପତି ମହାରାଜଙ୍କୁ ଏହି ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର।
ପୁରୀ ଶ୍ରୀମନ୍ଦିରର ବିକାଶ କରିବା ପାଇଁ ପରିକ୍ରମା ଓ ଅନ୍ୟାନ୍ୟ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ମହତ କାର୍ଯ୍ୟରେ ଶ୍ରମଦାନ କିମ୍ବା ଅର୍ଥଦାନ ମାଧ୍ୟମରେ ବିଶ୍ୱର ସମଗ୍ର ହିନ୍ଦୁ ସମାଜ ତଥା ବିଶେଷ ଭାବରେ ସାଢେ ୪ କୋଟି ଓଡିଆ ସାମିଲ ହେବାକୁ ଇଚ୍ଛା ରଖିଛନ୍ତି । ତେଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ସମର୍ପଣ ନିଧି ସଂଗ୍ରହ ସଂଗ୍ରହ ଅଭିଯାନ ଭଳି ଏକ ବ୍ୟବସ୍ଥା ତିଆରି କରିବା ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ପତ୍ର ଲେଖି ସହଯୋଗ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଗଣିତ ଭକ୍ତମାନଙ୍କ ପାଇଁ ଓଡ଼ିଶା ତଥା ଭାରତର ଏକାଧିକ ବ୍ୟାଙ୍କ୍ ଏବଂ ସେମାନଙ୍କ ଶାଖା ବ୍ରାଞ୍ଚ ମଧ୍ୟ ଏଥିପାଇଁ ସୁବିଧା ସୁଯୋଗ ଦେବେ। ନିକଟରେ ଶ୍ରୀମନ୍ଦିରର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ନିଜ ଦରମାରୁ ୧ ଲକ୍ଷ ସହଯୋଗ ରାଶି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରିଥିଲେ। ଗଜପତି ମହାରାଜାଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର କ୍ରିୟାନ୍ୱୟନ ବଡ଼ ସଫଳତା ପାଇବ ବୋଲି ଧର୍ମେନ୍ଦ୍ର କହିଛନ୍ତି।












Click it and Unblock the Notifications