ପରପାରିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଦେବେନ୍ଦ୍ର ପ୍ରଧାନ
ପରପାରିରେ ଦେବେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପାଙ୍କ ପରଲୋକ ହୋଇଛି। ଦିଲ୍ଲୀରେ ତାଙ୍କର ଦେହାନ୍ତ ହୋଇଛି । ସେଠାରୁ ସେ ଓଡ଼ିଶାକୁ ଆସିବେ ।
୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି । ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିବାବେଳେ ୧୯୪୧ ମସିହାରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ସେ ଜନ୍ମ ହୋଇଥିଲେ ।
ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଦେବଗଡ ଲୋକସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ । ଏହା ଛଡା ବାଜପେୟୀ ସରକାରଙ୍କ ସମୟରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର ।

ଏହାପରେ ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ । ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ । ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।
ପ୍ରଧାନଙ୍କ ଜନ୍ମ ୧୬ ଜୁଲାଇ ୧୯୪୧ ମସିହାରେ ଓଡ଼ିଶାର ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ହୋଇଥିଲା ଏବଂ ସେ MBBS ସମାପ୍ତ କରିଥିଲେ।
- ସଭାପତି, ବିଜେପି, ତାଳଚେର ମଣ୍ଡଳ (୧୯୮୦-୧୯୮୩)
- ଅବିଭକ୍ତ ଢେଙ୍କାନାଳ ଜିଲ୍ଲାର ବିଜେପି ଜିଲ୍ଲା ସଭାପତି (୧୯୮୩-୧୯୮୫)
- ଅବିଭକ୍ତ ଢେଙ୍କାନାଳ ଜିଲ୍ଲାର ବିଜେପି ଜିଲ୍ଲା ସଭାପତି (୧୯୮୫-୧୯୮୮)
- ବିଜେପି, ଓଡ଼ିଶା ରାଜ୍ୟ ସଭାପତି (ଫେବୃଆରୀ ୧୯୮୮ - ୧୯୯୦)
- ପୁନଃନିର୍ବାଚିତ ରାଜ୍ୟ ସଭାପତି (ବିଜେପି), ଓଡ଼ିଶା (୧୯୯୦-୧୯୯୩)
- ବିଜେପି, ଓଡ଼ିଶା ରାଜ୍ୟ ସାଧାରଣ ସମ୍ପାଦକ (୧୯୯୩-୧୯୯୫)
- ଓଡ଼ିଶା ବିଜେପି ରାଜ୍ୟ ସଭାପତି ଭାବରେ ପୁନଃନିର୍ବାଚିତ (୧୯୯୫-୧୯୯୭)
- ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ, ବିଜେପି (୧୯୯୭-୧୯୯୮)
- ୧୯୯୮ ମସିହାରେ ଓଡ଼ିଶାର ଦେବଗଡ଼ ସଂସଦୀୟ କ୍ଷେତ୍ରରୁ ଦ୍ୱାଦଶ ଲୋକସଭା ପାଇଁ ନିର୍ବାଚିତ ସାଂସଦ।
- କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ (୧୯୯୮-୧୯୯୯)
- ତ୍ରୟୋଦଶ ଲୋକସଭା (୧୯୯୯-୨୦୦୪) ପାଇଁ ଦେବଗଡ଼ ସଂସଦୀୟ କ୍ଷେତ୍ରରୁ ପୁନଃନିର୍ବାଚିତ ସାଂସଦ।
- କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ (୧୯୯୯-୨୦୦୧)
- ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ (୨୦୦୧-୨୦୦୨)
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications