Get Updates
Get notified of breaking news, exclusive insights, and must-see stories!

ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ଭୁବନେଶ୍ୱରରେ ପ୍ରତିଷ୍ଠା କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ

ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ସଂସ୍ଥାନ ଭୁବନେଶ୍ୱର ଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଭୁବନେଶ୍ୱର : ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଥିବା ବେଳେ ଏଥିମଧ୍ୟରୁ ଗୋଟିଏ ସଂସ୍ଥାନ ଭୁବନେଶ୍ୱର ଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଦେଶର ଆୟୁର୍ବିଜ୍ଞାନ ଏବଂ ବିକାଶ ସଂସ୍ଥାନ ଯଥା ପୁନେ ସ୍ଥିତ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ କରୋନା ମହାମାରୀ ସହ ଲଢିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା । ଏହାକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ଏହିପରି ଭୂତାଣୁ ଉତ୍ପନ୍ନ ହେବାର ସମ୍ଭାବନା ରହିଛି । ତେଣୁ ମାନବ ସମାଜକୁ ପ୍ରଭାବିତ କରୁଥିବା କରୋନା ମହାମାରୀ ଭଳି ଭୂତାଣୁ ଗୁଡିକ ସହ ଲଢିବା ପାଇଁ ପଦକ୍ଷେପ ସ୍ୱରୂପ ଚଳିତ ସାଧାରଣ ବଜେଟରେ ଦେଶରେ ଅତିରିକ୍ତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ପ୍ରତିଷ୍ଠା କରିବା ପାଇଁ ଘୋଷଣା କରାଯାଇଛି ।

Union Minister

ପୂର୍ବ ଭାରତରେ ଆୟୁର୍ବିଜ୍ଞାନ ଗବେଷଣା ଓ ଶିକ୍ଷା କ୍ଷେତ୍ରରେ ଭୁବନେଶ୍ୱର ଏକ ପ୍ରମୁଖ ସହର ଭାବରେ ଉଭା ହୋଇଛି । ଭୁବନେଶ୍ୱରରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ), ଜୀବ ବିଜ୍ଞାନ ସଂସ୍ଥାନ(ଆଇଏଲଏସ), ଆଇସିଏମଆର-ଆଂଚଳିକ ଆୟୁର୍ବିଜ୍ଞାନ ଗବେଷଣା କେନ୍ଦ୍ର ଏବଂ ଇଂଟରନ୍ୟାସନାଲ ସେଂଟର ଫର୍ ଫୁଟ୍ ଏଣ୍ଡ ମାଉଥ୍ ଡିଜିଜ୍‌(ଆଇସିଏଆର-ଆଇସିଏଫଏମଡି) ଭଳି ବିଶ୍ୱସ୍ତରୀୟ କେନ୍ଦ୍ର ଗୁଡିକ ରହିଛି । ତେଣୁ ଭୌଗଳିକ ଅବସ୍ଥିତି ଏବଂ ଦକ୍ଷପୂର୍ଣ୍ଣ ମାନବସମ୍ବଳ ଦୃଷ୍ଟିକୋଣରୁ ଭୁବନେଶ୍ୱର ପ୍ରସ୍ତାବିତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ମଧ୍ୟରୁ ଗୋଟିଏ ପ୍ରତିଷ୍ଠା ହେବାର କ୍ଷମତା ରଖିଛି । ଭୁବନେଶ୍ୱରରେ ଏହି ସଂସ୍ଥାନ ପ୍ରତିଷ୍ଠା ହେଲେ ଗବେଷଣା ଓ ବିକାଶ କେନ୍ଦ୍ରକୁ ସହଯୋଗୀ ହେବ ଏବଂ ମିଳିତ ଭାବରେ ଗବେଷଣା କରାଯାଇପାରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+