ରାଜ୍ୟରେ ତୈଳ ଓ ଗ୍ୟାସର ସନ୍ଧାନ କରିବ ଅଏଲ ଇଣ୍ଡିଆ: ଧର୍ମେନ୍ଦ୍ର

ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଏଲ ଇଣ୍ଡିଆ ଲିମିଟେଡର ସେସମିକ୍‌ ସର୍ବେକ୍ଷଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ।

ଭୁବନେଶ୍ୱର: ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ପୁରୀ ଜିଲ୍ଲା କାକଟପୁର ସ୍ଥିତ ମହାନଦୀ ଅବବାହିକା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓପନ ଏକ୍ରେଜ୍‌ ଲାଇସେନ୍ସିଂ ପଲିସି (ଓଏଏଲପି) ଅଧୀନରେ ତୈଳ ଓ ଗ୍ୟାସର ସନ୍ଧାନ ପାଇଁ ରାଜ୍ୟର ୫ଟି ବ୍ଲକ ଅର୍ଥାତ୍ ୮ଟି ଜିଲ୍ଲାରେ ଅଏଲ ଇଣ୍ଡିଆ ଲିମିଟେଡର ସେସମିକ୍‌ ସର୍ବେକ୍ଷଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ।

ଧର୍ମେନ୍ଦ୍ର ପ୍ରଧାନ

ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଭାରତ ସରକାରଙ୍କ ତୈଳ କମ୍ପାନୀ ଅଏଲ ଇଣ୍ଡିଆ ଲିମିଟେଡ ମହାନଦୀ ଅବବାହିକାରେ ୫ଟି ବ୍ଲକ ଅର୍ଥାତ୍‌ ରାଜ୍ୟର ୮ଟି ଜିଲ୍ଲା ଯଥା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ସେସମିକ‌ ସର୍ଭେରେ ୨୨୦ କୋଟି ଟଙ୍କା ସମେତ ୧୨୪୮ କୋଟି ଟଙ୍କା ନିବେଶରେ ବ୍ୟାପକ ଅନ୍ୱେଷଣ ଡ୍ରିଲିଂ ଅଭିଯାନକୁ ଅଗ୍ରସର କରାଯିବ ।

ଅଏଲ ଇଣ୍ଡିଆ ଲିମିଟେଡ୍‌ ଓଏଏଲପିର ତୃତୀୟ ରାଉଣ୍ଡରେ ତୈଳ ଏବଂ ଗ୍ୟାସ ଅନ୍ୱେଷଣ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୫ଟି ବ୍ଲକ ପାଇଁ ୩ ହଜାର ବର୍ଗ କିମି କ୍ଷେତ୍ରରେ ସର୍ବେକ୍ଷଣ କାମ ଆଜି ଠାରୁ ଆରମ୍ଭ କରାଯାଇଛି ବୋଲି ସେ କହିଛନ୍ତି । ଅଏଲ ଇଣ୍ଡିଆ ଲିମିଟେଡ୍ ଦ୍ୱାରା ଶୁଭାରମ୍ଭ ହୋଇଥିବା ଅଭିଯାନରେ ଅନ୍ୱେଷଣ ସଫଳ ହେଲେ ମହାନଦୀ ଅବବାହିକା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ତୈଳ ଓ ଗ୍ୟାସର ବାଣିଜ୍ୟିକ ‌ଉଦ୍ୟାନ ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ ବିକାଶ ଦିଗରେ ଏକ ଗେମ-ଚେଞ୍ଜର ଭାବେ ଉଭା ହେବ ଓ ଓଡ଼ିଶା ଅର୍ଥନୀତିରେ ନୂଆ ଅଧ୍ୟାୟ ସୃଷ୍ଟି ହେବ । ଏହାସହ ଓଡ଼ିଶା ଉର୍ଜା, ଏଲଏନଜି, ତୈଳ ତଥା ଗ୍ୟାସ କ୍ଷେତ୍ରରେ ଅଗ୍ରଣୀ କ୍ଷେତ୍ର ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+