ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ
Union Minister Kiren Rijiju: ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ । କେନ୍ଦ୍ରମନ୍ତ୍ରୀ ଦିନିକିଆ ଓଡ଼଼ିଶା ଗସ୍ତରେ ଆସିଛନ୍ତି । ଆଜି ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ସେ ଯୋଗ ଦେଇ ନବ ନିର୍ବାଚିତ ବିଧାୟକମାନଙ୍କ ସହ ନିଜ ଅନୁଭୂତି ବାଣ୍ଟିବେ । ଏହି କାର୍ଯ୍ୟକ୍ରମରେ ସାରି ସେ ଦିଲ୍ଲୀ ଫେରିଯିବା ନେଇ ସୂଚନା ରହିଛି ।

ସୂଚନା ଅନୁସାରେ, ଆଜିଠୁ ପ୍ରଶିକ୍ଷଣ ନେବେ ନବାଗତ ବିଧାୟକ । ଦୁଇ ଦିନ ଧରି ଚାଲିବ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ। ତେବେ ବିଧାନସଭାର କାର୍ଯ୍ୟବିଧୀ, କମିଟି ବ୍ୟବସ୍ଥା, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ,ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ପଏଣ୍ଟ ଅଫ ଅର୍ଡର ସହ ବିଭିନ୍ନ କାର୍ଯ୍ୟଶୈଳୀ ବିଷୟରେ ଅବଗତ ହେବେ ନବ ନିର୍ବାଚିତ ବିଧାୟକ ।
ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବାଚସ୍ପତି ସୁରମା ପାଢୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ପ୍ରଶିକ୍ଷଣ ଶିବିରକୁ ସମ୍ବୋଧିତ କରିବେ। ସେହିଭଳି କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ ମଧ୍ୟ ନବନିର୍ବାଚିତ ବିଧାୟକଙ୍କୁ ସମ୍ବୋଧନ କରିବେ। ଦୁଇ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଉଭୟ ଶାସକ ଓ ବିରୋଧୀ ଦଳର ଅଭିଜ୍ଞ ନେତା ନବନିର୍ବାଚିତ ବିଧାୟକଙ୍କୁ ଟ୍ରେନିଂ ଦେବେ। ବିଧାନସଭାର କାର୍ୟ୍ୟବିଧି, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ, ଶୂନ୍ୟକାଳ, ବଜେଟ ବ୍ୟବସ୍ଥା ଜାଣିବା ସହ ଲୋକଙ୍କ ହିତରେ ଆଲୋଚନା କେଉଁ ଢଙ୍ଗରେ କରିବେ ସେନେଇ ପ୍ରଶିକ୍ଷଣ ଦିଆଯିବ।
-
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ











Click it and Unblock the Notifications