ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୧୦୦ ଭେଣ୍ଟିଲେଟ୍ର, ଆଇସିୟୁ ବେଡର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂରେ ବରଗଡ଼ ଜିଲ୍ଲାର ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଣ୍ଟିଲେଟ୍ର ଓ ଆଇସିୟୁ ବେଡର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଭୁବନେଶ୍ୱର: ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂରେ ବରଗଡ଼ ଜିଲ୍ଲାର ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଣ୍ଟିଲେଟ୍ର ଓ ଆଇସିୟୁ ବେଡର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି "ପଶ୍ଚିମ ଓଡ଼ିଶାରେ କରୋନା ଦ୍ରୁତ ଗତିରେ ମାଡ଼ି ଚାଲିଛି। ଏହି ପରିପ୍ରେକ୍ଷୀରେ କର୍ପୋରେଟ୍ ଅନୁଷ୍ଠାନ ଗୁଡ଼ିକ ପକ୍ଷରୁ ମେଡ଼ିକାଲ ଭିତିଭୂମିକୁ ପ୍ରାଥମିକତା ଦିଆଯାଇ ବିଭିନ୍ନ ଜିଲ୍ଲାର ମେଡିକାଲ ଗୁଡିକରେ ବେଡ୍ ସଂଖ୍ୟା ଓ ଆନୁଷଙ୍ଗିକ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବୃଦ୍ଧି କରାଯାଉଛି।

କରୋନାର ଦ୍ୱିତୀୟ ଲହରୀର ମୁକାବିଲା ପାଇଁ ବରଗଡର ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ଇଣ୍ଡିଆନ୍ ଅଏଲର କର୍ପୋରେଟ୍ ସାମାଜିକ ଦାୟିତ୍ୱ(ସିଏସଆର) ପାଣ୍ଠିରୁ ୧୧ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଭେଣ୍ଟିଲେଟର୍ ସହ ଆଇସିୟୁ ବେଡ୍ର ବ୍ୟବସ୍ଥା କରାଯାଇଛି। ଇଣ୍ଡିଆନ ଅଏଲ୍ ବରଗଡର ଦାସରି ବୀର ରାଜୁ(ଡ଼ିଭିଆର) ଓ ଗୁନମ୍ ରାମଚନ୍ଦ୍ର ରାଓ ମେମୋରିଆଲ୍ ଟ୍ରଷ୍ଟ (ଜିଆରସିଆର) ସହଯୋଗରେ ୭୦ଟି ଭେଂଟିଲେଟର ସହିତ ଆଇସିୟୁ ବେଡ୍, ୩୦ଟି ଭେଂଟିଲେଟର ବେଡର ଅପଗ୍ରଡେସନ କରିବା ସହ ୫୦ଟି ମନିଟର ଓ ୨୦ ସରିଞ୍ଜ ପମ୍ପ ଆନୁଷଙ୍ଗିକ ମେଡ଼ିକାଲ ଉପକରଣର ବ୍ୟବସ୍ଥା କରାଯାଇଛି। ଏହି ଅତ୍ୟାଧୁନିକ ସୁବିଧା ଦ୍ୱାରା ପଶ୍ଚିମ ଓଡ଼ିଶା ତଥା ବରଗଡର ଲୋକେ ଉପକୃତ ହୋଇପାରିବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ସେ ଆହୁରି କହିଛନ୍ତି-"ପଶ୍ଚିମ ଓଡ଼ିଶାରେ କରୋନାକୁ ପ୍ରତିହତ କରିବା ପାଇଁ ସେଲ୍ ସହଯୋଗରେ ରାଉରକେଲା ସହରରେ ୬୦୦ଟି ବେଡ୍, ସୁନ୍ଦରଗଡ଼ରେ ଏନଟିପିସି ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ୫୦୦ଟି ବେଡ୍, ଝାରସୁଗୁଡ଼ାର ବ୍ରଜରାଜନଗର ଏବଂ ଲଖନପୁର ଅଞ୍ଚଳରେ ଏମ୍ସିଏଲ୍ ଦ୍ୱାରା ୧୫୦ଟି ଅକ୍ସିଜେନ ସଂଯୁକ୍ତ ବେଡ୍ ଓ ସମ୍ୱଲପୁରରେ ଏମସିଏଲ ତରଫରୁ ୧୦୦ଟି ବେଡର ବ୍ୟବସ୍ଥା କରାଯାଉଛି।"
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications