କ୍ଷୀରଚୋରା ଗୋପୀନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ କେନ୍ଦ୍ର ରେଳମନ୍ତ୍ରୀ
ବାଲେଶ୍ୱର: ବାଲେଶ୍ୱରରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ନୀଳଗିରି ଗୋପୀନାଥ ଠାରେ ନୂଆ ରେଲୱେ ଷ୍ଟେସନର ଶୁଭାରମ୍ଭ କରିବା ସହ ବେତନଟୀରେ ସବ୍ ୱେ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହା ପୂର୍ବରୁ କ୍ଷୀରଚୋରା ଗୋପୀନାଥ ମନ୍ଦିର ଯାଇ ପୂଜାର୍ଚ୍ଚନା କଲେ କେନ୍ଦ୍ର ରେଳ ମନ୍ତ୍ରୀ ।

ସୂଚନା ଅନୁସାରେ, ଆଜି କେନ୍ଦ୍ର ରେଳମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ବାହାରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସେହିପରି ଆଜି କ୍ଷୀରଚୋରା ଗୋପିନାଥ ମନ୍ଦିରର ଯାତ୍ରୀନିବାସ ପାଇଁ ୫୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଏହା ସହ ସେ ମନ୍ଦିରର ସୁବିଧା ଅସୁବିଧା ବିଷୟରେ ମଧ୍ୟ ପଚାରି ବୁଝିଛନ୍ତି ।
ସେହିପରି ଆଜି ନୀଳଗିରି ଅଞ୍ଚଳରୁ ପାସେଞ୍ଜର ଟ୍ରେନ ଚାଲିବ, ପୂରଣ ହେବ ନୀଳଗିରିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ । ଆଦି ଏହାର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ୧୦ ହଜରା ଅଞ୍ଚଳବାସୀ ଏହି ଶୁଭ ମୁହୂର୍ତ୍ତରେ ଉପସ୍ଥିତ ରହିବା ନେଇ ସୂଚନା ରହିଛି । ଆଜି ଏହି ପାସେଞ୍ଜର ଟ୍ରେନକୁ ସୁସଜ୍ୱିତ କରାଯାଇଛି, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାକୁ ଲୋକାର୍ପିତ କରିବେ ଏହି ସମୟରେ ତାଙ୍କ ସହ ବାଲେଶ୍ୱର ସାଂସଗ ପ୍ରକାପ ଷଡ଼ଙ୍ଗୀ, ସ୍ଥାନୀୟ ବିଧାୟକ ଇଂ ସୁକାନ୍ତ କୁମାର ନାୟକ ମଧ୍ୟ ଉପସ୍ଥିତି ରହିବେ ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications