Get Updates
Get notified of breaking news, exclusive insights, and must-see stories!

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖରେ ନେବ ଲଘୁଚାପର ରୂପ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୯ତାରିଖରେ ଘନୀଭୂତ ହୋଇ ଅବପାତର ରୂପ ନେବାର ଆଶଙ୍କା ରହିଛି । ପରେ ଘନିଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।

୮ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହି ଅବପାତର ତୀବ୍ରତା ଏବଂ ଗତିପଥ ବିଷୟରେ ସ୍ପଷ୍ଟ ସୂଚନା ମିଳିପାରିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ବର୍ତ୍ତମାନ ସୁଦ୍ଧା କେଉଁ ଅଞ୍ଚଳକୁ ସାମ୍ଭାବ୍ୟ ବାତ୍ୟା ପ୍ରଭାବିତ କରିବ ସେ ନେଇ ସ୍ପଷ୍ଟ ସୂଚନା ମିଳିନାହିଁ ।

 Cyclone

ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସର୍ବାଧିକ ୭୦ କିଲୋମିଟର ବେଗରେ ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ।

ଅନ୍ୟପଟେ ଏହି ବାତ୍ୟାର ଗତି କେମିତି ରହିବ ସେନେଇ ବିଭିନ୍ନ ମଡେଲଙ୍କ ପକ୍ଷରୁ ଆକଳନ କରାଯାଇଛି । ଅନ୍ତର୍ଜାତୀୟ ପାଣପାଗ ସଂସ୍ଥା 'ୱିଣ୍ଡି ଡଟ୍ କମ'ର ଆକଳନ ଅନୁସାରେ ସମ୍ଭାବ୍ୟ ବାତ୍ୟା ବାଂଲାଦେଶ ଉପକୂଳ ପାଖାପାଖି ଲ୍ୟାଣ୍ଡଫଲ୍ କରିପାରେ । ତେବେ ସମ୍ଭାବ୍ୟ ବାତ୍ୟାଟି ଆସନ୍ତା ୧୨ ତାରିଖ ଅପରାହ୍ନ ୨ଟା ପରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଧିକ ରହିଛି ବୋଲି ଏହି ମଡେଲ ଆକଳନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+