ଲ୍ୟାଣ୍ଡଫଲ୍ କରିବନି ସମ୍ଭାବ୍ୟ ବାତ୍ୟା: IMD ଡିଜି
ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ବାତ୍ୟା ଲ୍ୟାଣ୍ଡଫଲ୍ କରିବନି ବୋଲି ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
ଭୁବନେଶ୍ବର: ବାତ୍ୟାକୁ ନେଇ ବଡ ଅପଡେଟ୍ । ମିଳିଲା ଆଶ୍ୱସ୍ତିକର ଖବର । ଲ୍ୟାଣ୍ଡଫଲ୍ କରିବନି ସମ୍ଭାବ୍ୟ ବାତ୍ୟା । ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ବାତ୍ୟା ଲ୍ୟାଣ୍ଡଫଲ୍ କରିବନି ବୋଲି ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

୧୦ ରାତିରେ ବାତ୍ୟା ଦିଗ ପରିବର୍ତ୍ତନ କରିବ । ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବାର ସମ୍ଭବନା ରହିଛି । ଦିଗ ବଦଳାଇବା ପରେ ଓଡ଼ିଶା ହେଉ କି ଆନ୍ଧ୍ର, ବାତ୍ୟା କେଉଁଠାରେ ଲ୍ୟାଣ୍ଡଫଲ୍ କରିବନି । ଲ୍ୟାଣ୍ଡଫଲ୍ ନକରି ବାତ୍ୟା ସମୁଦ୍ର ଉପରେ ଚାଲିଯିବ ବୋଲି କହିଛନ୍ତି IMD ଡିଜି । ସମାନ୍ତରାଳ ଭାବେ ସମୁଦ୍ରରେ ଓଡ଼ିଶା ଊପକୂଳ ଦେଇ ଗତି କରିବ ।
ତେବେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୮ ସୁଦ୍ଧା ଚାଲି ଆସିବାକୁ ପରାମର୍ଶ ଦିଆଯାଇଛି । ୧୦ ସଂଧ୍ୟା ପରେ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ପୁରୀରେ ବର୍ଷା ହେବ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କହିଛନ୍ତି ଆଇଏମଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।












Click it and Unblock the Notifications