ଓଡିଶା ଉପକୂଳ ଛୁଇଁବନି ବାତ୍ୟା, ଆଇଏମଡି ଜାରି କଲା ବାତ୍ୟାର ଗତିପଥ
ଧୀରେ ଧୀରେ ସ୍ପଷ୍ଟ ହେବାରେ ବାତ୍ୟାର ସ୍ଥିତି, ଗତି ଓ ବେଗ । କେଉଁ ବାଟ ଦେଇ ଯିବ, ସେ ନେଇ ଗତିପଥ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପଟି ଆସନ୍ତାକାଲି ଅବପାତର ରୂପ ନେବ ।
ଭୁବନେଶ୍ବର: ଧୀରେ ଧୀରେ ସ୍ପଷ୍ଟ ହେବାରେ ବାତ୍ୟାର ସ୍ଥିତି, ଗତି ଓ ବେଗ । କେଉଁ ବାଟ ଦେଇ ଯିବ, ସେ ନେଇ ଗତିପଥ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପଟି ଆସନ୍ତାକାଲି ଅବପାତର ରୂପ ନେବ । ୨୪ ତାରିଖରେ ଏହା ସାମୁଦ୍ରିକ ଝଡ ରୂପ ନେବା ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ ।

୨୫ ସନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳ ଭାଗ ଛୁଇଁପାରେ ବାତ୍ୟା । ଏହି ସମୟରେ ସମୁଦ୍ର ମଧ୍ୟରେ ୪୫ରୁ ୫୫ କିମି ବେଗରେ ପବନ ବହିପାରେ । ଏହି ବାତ୍ୟା ଓଡିଶା ସ୍ଥଳଭାଗ ନାହିଁ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି। ଓଡ଼ିଶା ଉପକୂଳ ସହ ସମାନ୍ତରାଳ ଭାବେ ଗତି କରିବ । ଗତିପଥ ଅନୁସାରେ ଓଡ଼ିଶା ଉପକୂଳରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ରହି ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁହେବ ।
ସାମ୍ଭବ୍ୟ ବାତ୍ୟାକୁ ନେଇ ବିସ୍ତୃତ ସୂଚନା ଦେଇ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ, ବାତ୍ୟା ପ୍ରଭାବରେ ଉପକୂଳର କିଛି ଜିଲ୍ଲାରେ ବର୍ଷା ସହ ପବନ ହେବ । ବାତ୍ୟା 'ସିତ୍ରାଙ୍ଗ' ଓଡ଼ିଶା ଉପକୂଳ ଛୁଇଁବାର ଆଶଙ୍କା ନଥିଲେ ମଧ୍ୟ ପ୍ରଶାସନ ସଜାଗ ରହିଛି । ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ୮ ଜିଲ୍ଲାକୁ ସଜାଗ କରାଯାଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।
ପାଣିପାଗର ବିଭାଗର ପୂର୍ବାନୁମାନ ଅନୁସାରେ ଏହାର ପ୍ରଭାବରେ ସମୁଦ୍ର ଉପକୂଳବର୍ତ୍ତୀ ଜିଲ୍ଲା ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ଘଣ୍ଟା ପ୍ରତି ୫୦ରୁ ୬୦କିମି ବେଗରେ ପବନ ବୋହିବ ଓ ଅନ୍ୟ ଉପକୂଳ ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ତେବେ ରାଜ୍ୟରେ କିଛି ଅଂଚଳରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି ବୋଲି ଶ୍ରୀ ଜେନା କହିଛନ୍ତି ।
ରାଜ୍ୟ ସରକାର ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଓ ସମସ୍ତ ପ୍ରକାରର ପ୍ରସ୍ତୁତି କରିଛନ୍ତି । ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳ ନଛୁଇଁ ବାଂଲାଦେଶ ଅଭିମୁଖେ ଯିବ ବୋଲି ପାଣିପାଗ ବିଭାଗର ପୂର୍ବାନୁମାନ ସତ୍ତ୍ୱେ ରାଜ୍ୟ ସରକାର ନିଜର ପ୍ରସ୍ତୁତି କରିଛନ୍ତି । ଏଥିପାଇଁ ଆଜି ଓଡ୍ରାଫ, ଏନଡିଆରଏଫ, ଫାୟାର ସର୍ଭିସ, କୋଷ୍ଟ ଗାର୍ଡ ଓ ଇଣ୍ଡିଆନ ନାଭିର ଅଧିକାରୀମାନଙ୍କ ସହ ଏସଆରସି ଶ୍ରୀ ଜେନା ନିଜେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଗୁଆ ପ୍ରସ୍ତୁତି କରିଛନ୍ତି । କେତେକ ସ୍ଥାନରେ ଓଡ୍ରାଫ, ଏନଡିଆରଏଫ ଓ ଫାୟାର ସର୍ଭିସର ଯବାନମାନଙ୍କୁ ମୁତୟନ କରାଯିବ । ଯାହାଫଳରେ ତତ୍କାଳ ମୁକାବିଲା ସମ୍ଭବପର ହୋଇପାରିବ । ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳ ନଛୁଇଁଲେ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିଜ ନିଜ ସ୍ତରରେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୨୨ତାରିଖ ସକାଳ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ଓ ୨୬ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ କୁହାଯାଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications