ଉତ୍କଳ ଦିବସ: ଏହି ଦିନ ଓଡ଼ିଶାକୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ, ଜାଣନ୍ତୁ ଏହା ପଛର ଇତିହାସ
Utkal Divas: ଆଜି ପବିତ୍ର ଉତ୍କଳ ଦିବସ । ଆଜିର ଦିନରେ ଓଡ଼ିଶାକୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ । ଏହି ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳ କରନ୍ତି ପ୍ରତିଟି ଓଡ଼ିଆ । ନିଜକୁ ଓଡ଼ିଆ ଭାବେ ଗର୍ବ ଅନୁଭବ କରନ୍ତି ।
1936 ଅପ୍ରେଲ 1 ତାରିଖରେ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇଥିଲା ଓଡ଼ିଶା । ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଆଜିର ଦିନରେ ଓଡ଼ିଶା ଏକ ଭାଷାଭିତ୍ତିକ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇଥିଲା । ଆଜିର ଏହି ଖାସ ଦିନ ଅବସରରେ ଓଡ଼ିଶାର ବରପୁତ୍ର ମାନଙ୍କୁ ମନେ ପକାଉଛନ୍ତି ରାଜ୍ୟବାସୀ ।

ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦେବା ପାଇଁ ତିନି ଦଶନ୍ଧି ଧରି ଲାଗିରହିଥିଲା ବିପ୍ଳବ । ପୂର୍ବରୁ ଉତ୍କଳ ଖଣ୍ତ ବିଖଣ୍ତିତ ହୋଇ ଅନ୍ୟ ରାଜ୍ୟ ସହ ମିଶିକରି ଥିଲା । ରାଜ୍ୟର ପଶ୍ଚିମ ଭାଗ ଅର୍ଥାତ୍ ଆଜିର ପଶ୍ଚିମ ଓଡ଼ିଶା ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିଲା, ଉତ୍ତର ଓଡ଼ିଶା ବଙ୍ଗ ପ୍ରଦେଶରେ ସାମିଲ ଥିଲା । ସେହିପରି କିଛି ଅଂଶ ବିହାର ଏବଂ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ରହିଥିଲା ।
କଳା, ସଂସ୍କୃତି ଏବଂ ବାଣିଜ୍ୟର ଏକ ପ୍ରମୁଖ ସ୍ଥାନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପରିଚୟ ଦେବା ପାଇଁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ସହିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ନୀଳକଣ୍ଠ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସାର୍ ବାସୁଦେବ ସୁଧଳଦେବ, ରାଧାନାଥ ରାୟ, ଭୂବନାନନ୍ଦ ଦାସ, ଏ.ପି ପାତ୍ର ଏବଂ ଆହୁରି ଅନେକ ବୀର ପୁରୁଷଙ୍କ ନେତୃତ୍ୱରେ ଆନ୍ଦୋଳନ ତେଜିଥିଲା । ଯାହା ପରେ ପ୍ରଥମେ ନୂତନ ରାଜ୍ୟ ଭାବେ ଗଢି ଉଠିଥିବା ଓଡିଶା 6 ଜିଲ୍ଲାକୁ ନେଇ ଗଠନ କରାଯାଇଥିଲା । ଏହି ଜିଲ୍ଲାଗୁଡିକ ଥିଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଏବଂ ଗଞ୍ଜାମ । ତେବେ ରାଜ୍ୟର ରାଜଧାନୀ ଥିଲା କଟକ । 1992 ମସିହାରେ ଓଡ଼ିଶାର 13 ଟି ଜିଲ୍ଲା 30 ଜିଲ୍ଲାରେ ପରିଣତ ହୋଇଥିଲା ।
1936 ପୂର୍ବର ଇତିହାସ
1936 ପୂର୍ବରୁ ଓଡିଶା ସ୍ୱତନ୍ତ୍ର ରାଜ୍ୟ ନଥିଲା । ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ , ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ରେସିଡେନ୍ସି ଅଧିନରେ ଥିଲା । କିନ୍ତୁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ କରିବା ପାଇଁ ସଘଂର୍ଷ କରିଥିଲେ । ଏହି ବୀର ପୁତ୍ରଙ୍କ ସଘଂର୍ଷରେ 1903 ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ 1936 ମସିହା ଅପ୍ରେଲ 1 ରେ ଗଠନ ହେଲା ସ୍ୱତନ୍ତ୍ର ଓଡିଶା ପ୍ରଦେଶ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications