Utkal Divas: କାହିଁକି ପାଳନ ହୁଏ ଉତ୍କଳ ଦିବସ ? କଣ ରହିଛି ଇତିହାସ ?

କାଲି ଉତ୍କଳ ଦିବସ । ଚଳିତବର୍ଷ ନିଜର ୮୮ ତମ ପ୍ରତିଷ୍ଠା ଦିବସ 'ଉତ୍କଳ ଦିବସ' ପାଳନ କରିବାକୁ ଯାଉଛି ଓଡିଶା ମାଟି । ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳ କରନ୍ତି ପ୍ରତିଟି ଓଡ଼ିଆ । ନିଜକୁ ଓଡ଼ିଆ ଭାବେ ଗର୍ବ ଅନୁଭବ କରନ୍ତି ।

ଅପ୍ରେଲ ୧ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟାତା ପାଇଥିଲା । ଓଡିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡିଆ ।
ଆଜିର ଦିନରେ ହିଁ ଓଡିଶା ପାଇଥିଲା ନିଜର ଏକ ସ୍ୱତନ୍ତ୍ର ପରିଚୟ । ପୂର୍ବରୁ ବିହାରର ଏକ ଅଂଶ ହୋଇ ରହିଥିବା ବେଳେ ୧୯୩୬ ମସିହା ଏହି ଦିନରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହୋଇଥିଲା ଓଡିଶା । ତେବେ ସେହି ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ । ତେଣୁ ଏହାକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ ।

ଇତିହାସ

ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ ଉତ୍କଳ ସମ୍ମିଳନୀ ଗଠନ ଦିନଠାରୁ ତିନି ଦଶନ୍ଧି ଧରି ଲାଗିରହିଥିଲା ଓ ଏହା ଏକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ମୂଳଦୁଆ ସ୍ଥାପନକରିଥିଲା । ମଧୁସୂଦନ ଦାସ, ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତି, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଆଦିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅଧିକ ତୀବ୍ର ହୋଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣକରାଯାଏ । ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।

Why is Utkal Divas celebrated

ବିହାର ଅଧୀନରେ ଥିବା ଏହି ପ୍ରଦେଶକୁ ଏକ ସ୍ୱତନ୍ତ୍ର ପରିଚୟ ଦେବାରେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ସହିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ନୀଳକଣ୍ଠ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସାର୍ ବାସୁଦେବ ସୁଧଳଦେବ, ରାଧାନାଥ ରାୟ, ଭୂବନାନନ୍ଦ ଦାସ, ଏ.ପି ପାତ୍ର ଏବଂ ଆହୁରି ଅନେକ ବୀର ପୁରୁଷ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ । ତେବେ ଏହି ରାଜ୍ୟ ହେଉଛି ପ୍ରଥମ ରାଜ୍ୟ ଯାହା ନିଜ ଭାଷା ପାଇଁ ପରିଚିତ ହୋଇଥିଲା । ନୂତନ ରାଜ୍ୟ ଭାବେ ଗଢି ଉଠିଥିବା ଓଡିଶା ୬ଟି ଜିଲ୍ଲାକୁ ନେଇ ଗଠନ କରାଯାଇଥିଲା । ଏହି ଜିଲ୍ଲାଗୁଡିକ ହେଉଛି କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଏବଂ ଗଞ୍ଜାମ । ତେବେ ରାଜ୍ୟର ରାଜଧାନୀ ଥିଲା କଟକ ।

ତେବେ ଓଡିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡିଆ । ଅନେକ ସ୍ଥାନରେ ଏହାକୁ ପାଳନ କରିବା ପାଇଁ ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇତାଏ । ଓଡିଆ ମାଟିର ଗର୍ବ ଏବଂ ଗୌରବ ବଢାଇବା ଭଳି ଅନେକ ଖେଳ ଏବଂ ଖାଦ୍ୟ ପ୍ରସ୍ତୁତ କରି 'ଉତ୍କଳ ଦିବସ' ପାଳନ କରିଥାନ୍ତି ଓଡିଶା ବାସୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+