Get Updates
Get notified of breaking news, exclusive insights, and must-see stories!

କରୋନା କଟକଣା ମଧ୍ୟରେ ପାଳନ ହେବ ଉତ୍କଳ ଦିବସ

ରାଜ୍ୟରେ କରୋନା ମହାମାରୀର କୋପକୁ ଦୃଷ୍ଟିରେ ରଖି ଜାରି ହୋଇଛି ଗାଇଡଲାଇନ । ଏଥର କରୋନା କଟକଣାରେ ପାଳନ ହେବ ଉତ୍କଳ ଦିବସ ।

ଭୁବନେଶ୍ବର: ଦିନ କେଇଟା ପରେ ରାଜ୍ୟ ପାଳିବ ଉତ୍କଳ ଦିବସ । ତେବେ ରାଜ୍ୟରେ କରୋନା ମହାମାରୀର କୋପକୁ ଦୃଷ୍ଟିରେ ରଖି ଜାରି ହୋଇଛି ଗାଇଡଲାଇନ । ଏଥର କରୋନା କଟକଣାରେ ପାଳନ ହେବ ଉତ୍କଳ ଦିବସ । ଏନେଇ SRC ନିର୍ଦ୍ଦେଶ ନାମା ଜାରି କରିଛନ୍ତି ।

Utkal Divas

ଉତ୍କଳ ଦିବସ ପାଳନ ସମୟରେ ରାଜ୍ୟରେ କୌଣସି ସ୍ଥାନରେ ବହୁ ମାତ୍ରାରେ ଲୋକଙ୍କ ସମାଗମ, ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି । ସରକାରୀ ବୈଠକ ଏବଂ ଉତ୍ସବ ପାଳନରେ ସର୍ବାଧିକ ୨୦୦ ଲୋକଙ୍କୁ ସାମିଲ ହେବାକୁ ଅନୁମତି ମିଳିଛି । ସାମାଜିକ ଦୂରତା ରକ୍ଷା , ମାସ୍କ ପିନ୍ଧିବା ବାଧ୍ୟତାମୂଳକ ସହିତ ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇଛି ।

ସେହିପରି ସାମାଜିକ, ସାଂସ୍କୃତିକ, କ୍ରୀଡା, ମନୋରଂଜନ, ଶିକ୍ଷାନୁଷ୍ଠାନ ତଥା ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି ହୋଇଛି । ତେବେ ଅନ୍ୟ କୌଣସି ସଂଗଠନ କରୋନା ନିୟମ ପାଳନ କରି ଉତ୍କଳ ଦିବସ ପାଳନ କରିବାକୁ ଚାହିଁଲେ ସ୍ଥାନୀୟ ପ୍ରଶାସନ ଠାରୁ ନେବାକୁ ପଡିବ ଅନୁମତି । ଉତ୍କଳ ଦିବସ ପାଳନରେ କରୋନା କଟକଣାକୁ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+