Get Updates
Get notified of breaking news, exclusive insights, and must-see stories!

‘ଉତ୍କଳ ପ୍ରସଙ୍ଗ' ଓ ‘ଓଡ଼ିଶା ରିଭ୍ୟୁ'ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ 'ଉତ୍କଳ ପ୍ରସଙ୍ଗ' ଓ 'ଓଡ଼ିଶା ରିଭ୍ୟୁ'ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଛି । ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ଏହି ସଂସ୍କରଣକୁ ରାଜ୍ୟ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉନ୍ମୋଚନ କରିଥିଲେ ।

Utkal praang aand Odisha review

ଏହି ଅବସରରେ ଶ୍ରୀ ଅମାତ କହିଲେ, 1944 ମସିହାରୁ ଏହି ଦୁଇଟି ପତ୍ରିକା ନିରବଚ୍ଛିନ୍ନ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରପ୍ରସାର କରିଆସୁଛି । ଏହି ସ୍ୱତନ୍ତ୍ର ସଂଖ୍ୟା ଆଗାମୀ ପିଢ଼ିଙ୍କୁ ମାତୃଭାଷା ପ୍ରତି ସଚେତନ କରିବା ସହ ଉପାଦେୟ ଓ ସଂଗ୍ରହଣୀୟ ହେବ ।

ଏହା ସହ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ କହିଛନ୍ତି, 'ଉତ୍କଳ ପ୍ରସଙ୍ଗ' ଓ 'ଓଡ଼ିଶା ରିଭ୍ୟୁ'ର ପୁରାତନ ସଂସ୍କରଣର ଡିଜିଟାଇଜେସନ୍ କରାଯାଇଛି । ଏହା ବିଭାଗୀୟ ୱେବସାଇଟ୍‌ରେ ପାଠକମାନଙ୍କ ନିମନ୍ତେ ଉପଲବ୍ଧ ହେଉଛି । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାଭାଷୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଏଭଳି ବ୍ୟବସ୍ଥା କରିଛନ୍ତି ।

ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଲେନିନ୍ ମହାନ୍ତି କହିଲେ ଯେ ଏହି ଦୁଇ ପତ୍ରିକାରେ ଓଡ଼ିଶାର ଭାଷା, ସାହିତ୍ୟ ନେଇ ବହୁ ଦୁଷ୍ପ୍ରାପ୍ୟ ଓ ଉପାଦେୟ ତଥା ପୁରାତନ ଆଲେଖ୍ୟ ସ୍ଥାନ ପାଇଛି । ଏହା ଦ୍ୱାରା ଛାତ୍ରଛାତ୍ରୀ ଓ ଗବେଷକମାନେ ଆଧୁନିକ ଓଡ଼ିଆ ଭାଷା-ସାହିତ୍ୟର କ୍ରମବିକାଶ ସଂପର୍କରେ ଅବଗତ ହୋଇପାରିବେ ।
'ଉତ୍କଳ ପ୍ରସଙ୍ଗ' ଓ 'ଓଡ଼ିଶା ରିଭ୍ୟୁ'ର ସଂପାଦିକା କସ୍ତୁରୀ ମହାପାତ୍ର କହିଥିଲେ, ଉଭୟ ପତ୍ରିକା ରାଜ୍ୟ ସରକାରଙ୍କ ମୁଖପତ୍ର ଭାବେ ସ୍ୱାଧୀନତା ପୂର୍ବରୁ ପ୍ରକାଶ ପାଇ ଆସୁଛି । ଏହି ପତ୍ରିକା ବେଶ୍ ପାଠକୀୟ ଆଦୃତି ଲାଭ କରିବା ସହିତ ରାଜ୍ୟବାସୀଙ୍କ ନିକଟରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାରେ 19ଟି ନିବନ୍ଧ ଓ ଓଡ଼ିଶା ରିଭ୍ୟୁରେ 27ଟି ନିବନ୍ଧ ସ୍ଥାନ ପାଇଛି ବୋଲି ସେ ସୂଚନା ଦେଇଥିଲେ । ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ କହିଥିଲେ, ଓଡ଼ିଆ ଭାଷା 2000 ବର୍ଷରୁ ଅଧିକ ପୁରାତନ । ଏହାର ସମୃଦ୍ଧି ପାଇଁ ଅନେକ ସାରସ୍ୱତ ସାଧକଙ୍କ ଅବଦାନ ସ୍ୱୀକୃତ । ଆଜିର ଏହି ଭାଷା ସମ୍ମିଳନୀ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରକୃଷ୍ଟ ଅବସର ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+