ଉତ୍ତମ ମହାନ୍ତିଙ୍କ ଆଜି ଦଶାହ: ନିର୍ମଳଧୀର ତୁଠରେ ଚାଲିଛି

ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମମଳଧୀର ତୁଠରେ ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଦଶାହ କାର୍ଯ୍ୟକ୍ରମ ଚାଲିଛି। ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି ।

ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। କିଛିଦିନ ହେଲା ସେ ଲିଭର ସିରୋସିସ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।

ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

uttam mohanty

୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା 'ଅଭିମାନ'ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ଉତ୍ତମ ମହାନ୍ତିଙ୍କ ନିଖୁଣ ଅଭିନୟ ପାଇଁ ସେ ୪ଥର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଅଭିନେତା ଭାବେ ପୁରସ୍କୃତ ହୋଇଥିଲେ। 'ଫୁଲ ଚନ୍ଦନ' ଚଳଚ୍ଚିତ୍ର ପାଇଁ ୧୯୮୨ରେ ତାଙ୍କୁ ପ୍ରଥମଥର ଲାଗି ତାଙ୍କୁ ମିଳିଥିଲା ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଏହାପରେ 'ଝିଅଟି ସୀତା ପରି','ଦଣ୍ଡାବାଳୁଙ୍ଗା', 'ସୁନା ଚଢ଼େଇ' ଲାଗି ଶ୍ରେଷ୍ଠ ଅଭିନେତା ଏବଂ ୧୯୯୧ରେ 'ତୋ ବିନୁ ଅନ୍ୟଗତି ନାହିଁ' ଚଳଚ୍ଚିତ୍ରରେ ଶ୍ରେଷ୍ଠ ସହ ଅଭିନେତା ଭାବେ ପୁରସ୍କୃତ ହୋଇଥିଲେ। ସେହିପରି ୨୦୦୮ରେ 'ଫିଟ୍‌ଫାଟ ବାଇସ୍କୋପ ପୁରସ୍କାର', ୨୦୧୨ରେ 'ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ପୁରସ୍କାର', ୨୦୦୬ରେ 'ଇନ୍ଦିରା ଗାନ୍ଧୀ ପ୍ରିୟଦର୍ଶିନୀ ପୁରସ୍କାର' ଏବଂ ୧୯୯୯ରେ ତାଙ୍କୁ ମିଳିଥିଲା'ଜୟଦେବ ପୁରସ୍କାର'। ଏଥିସହିତ ଚିତ୍ରପୁରୀ ପୁରସ୍କାରରେ ମଧ୍ୟ ତାଙ୍କୁ ମିଳିଥିଲା ଶ୍ରେଷ୍ଠ ଅଭିନେତା ପୁରସ୍କାର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+