ଆଜି ପ୍ରକାଶ ପାଇବ ଯୁକ୍ତ୨ ରେଜଲ୍ଟ: ଜାଣନ୍ତୁ କେମିତି କରିବେ ଚେକ୍‌

ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଫଳାଫଳ ଘୋଷଣା କରିବେ। ଅପରାହ୍ନ ୩ଟାରୁ ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରୀଛାତ୍ର https://results.odisha.gov.in କିମ୍ବା https://results.digilocker.gov.in ୱେବ୍‌ସାଇଟ ମାଧ୍ୟମରେ ନିଜ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେଶନ ନମ୍ବର ଦେଇ ପରୀକ୍ଷାଫଳ ଦେଖିପାରିବେ। ସେହିପରି ଛାତ୍ରୀଛାତ୍ର ନିଜ ଡିଜିଲକର ଆକାଉଣ୍ଟରୁ ମଧ୍ୟ ମାର୍କଶିଟ୍‌ ଡାଉନ୍‌ଲୋଡ୍‌ କରିପାରିବେ। ଏଥିସହ ସାମ୍ସ କଲେଜ ଇ-ପେସ୍‌ ପୋର୍ଟାଲ ମାଧ୍ୟମରେ ରେଜଲ୍ଟ ପାଇପାରିବେ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚଳିତବର୍ଷ ଫେବୃଆରୀ ୧୮ରୁ ମାର୍ଚ୍ଚ ୨୮ ତାରିଖ ଯାଏ ଯୁକ୍ତ୨ ପରୀକ୍ଷା ଚାଲିଥିଲା। ୪ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।

Utthi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+