ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ବନ୍ଦ ରହିବ ଟିକାକରଣ
ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ଏନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।
ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆକଳନ ଅନୁସାର ଏହା କାଲି ସୁଦ୍ଧା ଅବପାତର ରୂପ ନେଇ ୨୪ ତାରିଖ ସୁଦ୍ଧା ବାତ୍ୟାରେ ପରିଣତ ହେବ । ବାତ୍ୟାର ରୂପ ନେଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ଉତ୍ତର ଓଡ଼ିଶା-ସୁନ୍ଦରବନ ଅଞ୍ଚଳରେ ୨୬ ତାରିଖରେ ଲ୍ୟାଣ୍ଡଫଲ୍ ସମ୍ଭାବନା ରହିଛି ।

ତେବେ ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ଏନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ବାତ୍ୟା ସମୟରେ ମୁଖ୍ୟତଃ ବିଦୁତ ସେବା ବ୍ୟାଘାତ ହୋଇଥାଏ । ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲା ପ୍ରଶାସନକୁ ଜେନେରେଟର ବ୍ୟବସ୍ଥା କରିବାକୁ କୁହାଯାଇଛି ।












Click it and Unblock the Notifications