ବନ୍ଦେ ଭାରତ ଲୋକାର୍ପଣ ବେଳେ ପ୍ରଧାନମନ୍ତ୍ରୀଙ୍କ ପାଖରେ ଏହି ଦୁଇଟି ଦାବି ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବନ୍ଦେ ଭାରତ ଲୋକାର୍ପଣ ବେଳେ ପ୍ରଧାନମନ୍ତ୍ରୀଙ୍କ ପାଖରେ ଏହି ଦୁଇଟି ଦାବି ରଖିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇବା ସହ ତାଙ୍କ ପାଖରେ ଏହି ଦୁଇଟି ଦାବି ରଖିଥିଲେ ।
ପୁରୀରେ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଓ ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ପାଇଁ ପ୍ରଧାନମନ୍ତ୍ରୀଙ୍କ ପାଖରେ ଦାବି ରଖିଲେ ମୁଖ୍ୟମନ୍ତ୍ରୀ । ଏହାଛଡ଼ା କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ର ଓଡ଼ିଶା ପାଇଁ ଆଉ ଦୁଇଟି ପୁରୀ- ରାଉରକେଲା ଏବଂ ଭୁବନେଶ୍ବର-ହାଇଦ୍ରାବାଦ ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଲାଗି ଦାବି କରିଥିଲେ । ପୁରୀରୁ ସମ୍ବଲପୁର ଦେଇ ରାଉରକେଲା ଚାଲୁ ବନ୍ଦେ ଭାରତ । ସେହିପରି ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ଦାବି କରିଛନ୍ତି ।

ଏହାଛଡ଼ା ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ଦାବିକୁ ପୁଣି ଦୋହରାଇ ଥିଲେ। ପୁରୀରେ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ କରାଯାଉ, ଆଗାମୀ ୩/୪ ବର୍ଷ ଭିତରେ ଏହି ଏୟାରପୋର୍ଟର କାମ ଶେଷ ହେଉ। ନିଜେ ପ୍ରଧାନମନ୍ତ୍ରୀ ପୁରୀ ବିମାନବନ୍ଦରର ଲୋକାର୍ପଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ ।
ପୁରୀ ରେଳ ଷ୍ଟେସନରେ ଅନୁଷ୍ଠିତ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ଆଇଟିଡିସି ଅଧ୍ୟକ୍ଷ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।
ଉଲ୍ଲେଖଯୋଗ୍ୟ, ଆଜି ଗୁରୁବାର ପୁରୀରୁ ଗଡିଛି ବନ୍ଦେ ଭାରତ ଏକ୍ସପ୍ରେସ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ୍ ସହ ଓଡ଼ିଶାରେ ପ୍ରାୟ ୮ ହଜାର କୋଟିରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପୁନଃବିକାଶ ହେଉଥିବା ଏହାବ୍ୟତୀତ ଓଡ଼ିଶାରେ ରେଳ ନେଟୱର୍କର ୧୦୦% ବିଦ୍ୟୁତୀକରଣକୁ ଲୋକାର୍ପଣ କରିଛନ୍ତି । ଏହା ଦ୍ବାରା ଅପରେଟିଂ ଓ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବା ସହ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ନିର୍ଭରଶୀଳତା କମିବ ।












Click it and Unblock the Notifications