ଆସନ୍ତା ୧୮ ତାରିଖରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ: ଦେଖନ୍ତୁ, ଟ୍ରେନ୍ ଟାଇମ ଟେବୁଲ, କେତେ ରହିଛି ଟିକେଟ୍ ମୂଲ୍ୟ ?

Vande Bharat Express in Odisha: ଆସନ୍ତା ୧୮ ତାରିଖରେ ଓଡିଶାରେ ଗଡ଼ିବ ବହ ପ୍ରତୀକ୍ଷିତ ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀରୁ ହାୱଡା ମଧ୍ୟରେ ଚଳାଚଳ କରିବ ଏହି ସେମି ହାଇସ୍ପିଡ୍ ଟ୍ରେନ୍। ଆସନ୍ତାକାଲି ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

ସେଥିଲାଗି ପୁରୀ ରେଳ ଷ୍ଟେସନ ସମ୍ପୂର୍ଣ୍ଣ ପ୍ରସ୍ତୁତ । ରେଳ ଟ୍ରାକକୁ ରଙ୍ଗ କରାଯାଉଛି । ବନ୍ଦେ ଭାରତ ଶୁଭାରମ୍ଭ ଉତ୍ସବରେ ପୁରୀ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଓଡ଼ିଶାର ଅନ୍ୟ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Vande Bharat Express

ବନ୍ଦେ ଭାରତ ଏକ୍ସପ୍ରେସର ସମୟ ସାରଣୀ- ପୂର୍ବତଟ ରେଳପଥ ପକ୍ଷରୁ ରେଳ ବୋର୍ଡକୁ ଦିଆଯାଇଥିବା ପ୍ରସ୍ତାବ ଅନୁସାରେ, ପ୍ରତିଦିନ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ ସକାଳ ୬ଟା ୧୦ରେ ହାୱଡା ଷ୍ଟେସନରୁ ବାହାରି ୧୨ଟା ୨୫ରେ ପୁରୀରେ ପହଞ୍ଚିବ। ସେହିପରି ଅପରାହ୍ନ ଗୋଟାଏ ୫୦ ମିନିଟରେ ପୁରୀ ଷ୍ଟେସନ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ଖୋର୍ଦ୍ଧା ରୋଡ୍, ଭୁବନେଶ୍ବର, କଟକ, ଯାଜପୁର ରୋଡ୍, ଭଦ୍ରକ, ବାଲେଶ୍ବର, ଖଡ଼ଗପୁର ଷ୍ଟେସନରେ ୨ ମିନିଟ ଲେଖାଏଁ ଏହି ଟ୍ରେନ୍ ରହିବ। ବନ୍ଦେ ଭାରତ ଟ୍ରେନ୍ ଚଳାଚଳକୁ ନେଇ ଯାତ୍ରୀ ବେଶ ଉତ୍ସାହୀ ଥିବା ବେଳେ ଏହା ଲୋକଙ୍କ ଯାତ୍ରା ସମୟକୁ ଢେର କମାଇବ ବୋଲି ମତ ଦେଇଛନ୍ତି ବିଶେଷଜ୍ଞ ।

କେମିତି ହୋଇଛି ଟ୍ରେନ୍-ବନ୍ଦେ ଭାରତ ଏକ୍ସପ୍ରେସରେ ୧୬ଟି କୋଚ୍ ରହିଛି । ଏହା ଘଣ୍ଟାପ୍ରତି ୧୮୦ କିମି ବେଗରେ ଗତି କରିପାରିବ। ଫଳରେ ହାୱଡାରୁ ପୁରୀ ଯାତ୍ରା ସମୟ ୨ ଘଣ୍ଟା କମିଯିବ । ଟ୍ରେନ୍ ଚାଲୁଥିବା ଯାଏଁ ଡୋର୍ ଖୋଲିବ ନାହିଁ କିମ୍ବା ବନ୍ଦ ନ ହେବା ଯାଏଁ ଚାଲିବ ନାହିଁ। ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏଥିରେ ଲାଗିଛି ଅଟୋମେଟେଡ୍ କ୍ଲୋଜିଂ ଡୋର୍ । ପ୍ରତି କୋଚ୍ ରେ ୪ଟି ଲେଖାଏଁ ଏମର୍ଜେନ୍ସି ୱିଣ୍ଡୋ ଓ ୪ଟି ଲେଖାଏଁ ସିସିଟିଭି କ୍ୟାମେରା ଖଞ୍ଜାଯାଇଛି । ସବୁ ଶ୍ରେଣୀର ଯାତ୍ରୀଙ୍କ ପାଇଁ ରିକ୍ଲାଇନର ସିଟ୍ ବ୍ୟବସ୍ଥା ଥିବା ବେଳେ ଏକ୍ଜିକ୍ୟୁଟିଭ୍ ଶ୍ରେଣୀ ପାଇଁ ୧୮୦ ଡିଗ୍ରୀ ବୁଲିପାରୁଥିବା ସିଟ୍ ରହିଛି । ତାସହିତ ଟ୍ରେନରେ ରହିଛି ବାୟୋ ଭାକ୍ୟୁମ୍ ଟଏଲେଟ୍ ।

ସୂଚନାଯୋଗ୍ୟ ଯେ, ଗତ ଏପ୍ରିଲ ୨୮ ଓ ମେ' ୭ ତାରିଖରେ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସର ଦୁଇ ଦୁଇ ଥର ସଫଳ ଟ୍ରାଏଲ ରନ୍ ହୋଇସାରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+