କାଲି ଓଡିଶାରେ ହେବ 'ବନ୍ଦେ ଭାରତ ଏକ୍ସପ୍ରେସ'ର ଟ୍ରାଏଲ ରନ୍

ଭୁବନେଶ୍ୱର: ଆସନ୍ତାକାଲି ଓଡିଶାରେ ହେବ 'ବନ୍ଦେ ଭାରତ ଏକ୍ସପ୍ରେସ'ର ଟ୍ରାଏଲ ରନ୍ । ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ ପାଇଁ କାଲି ଓଡିଶାରେ ଟ୍ରାଏଲ ରନ କରାଯିବ ।

ସକାଳ ୬ଟା ୧୦ ମିନିଟ୍‌ରେ ହାୱଡ଼ାରୁ ଯାତ୍ରା ଆରମ୍ଭ କରିବ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ହାୱଡ଼ା ପରେ ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକରେ ୨ ମିନିଟ ଲେଖାଏଁ ରହିବ । ତା'ପରେ କଟକ, ଭୁବନେଶ୍ୱର, ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହି ପୁରୀରେ ମଧ୍ୟାହ୍ନ ୧୨ଟା ୩୫ ମିନିଟ୍‌ରେ ପହଞ୍ଚିବ । ପୁଣି ଅପରାହ୍ନ ୧ ଟା ୫୦ ମିନିଟରେ ପୁରୀରୁ ହାୱାଡା ଅଭିମୁଖେ ଯାତ୍ରା କରିବ ବୋଲି ଜଣାପଡ଼ିଛି ।

Vande Bharat Express

ତେବେ ବହୁ ପ୍ରତୀକ୍ଷିତ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସେବା ଆସନ୍ତା ମାସରୁ ବିଦ୍ଧିବଦ୍ଧ ଭାବେ ଓଡିଶାରେ ଆରମ୍ଭ ହେବାର ସମ୍ଭାବନା ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭ ଉଦଘାଟନ କରିପାରନ୍ତି । ବନ୍ଦେ ଭାରତ ଚାଲିଲେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କୁହାଯାଉଛି ।

ଏହି ପ୍ରକଳ୍ପ ପାଇଁ ପ୍ରାଥମିକ କାର୍ଯ୍ୟ ଆରମ୍ଭ ହୋଇ ସାରିଛି । ଚେନ୍ନାଇର ଇଣ୍ଟିଗ୍ରାଲ୍ କୋଚ୍ କାରଖାନାରେ ନିର୍ମିତ କୋଚମାନଙ୍କୁ ପ୍ରାଥମିକ ରକ୍ଷଣାବେକ୍ଷଣ ପାଇଁ କୋଲକାତା ପଠାଯାଇଛି । ଏହି କୋଚମାନେ ଉଦ୍ଘାଟନ ପାଇଁ ପ୍ରସ୍ତୁତ ହେବା ପୂର୍ବରୁ ରକ୍ଷଣାବେକ୍ଷଣ ପାଇଁ ଓଡିଶାକୁ ଆସିବେ ।

ବନ୍ଦେ ଭାରତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି। ଯାହାଦ୍ୱାରା ଯାତ୍ରା ଆରାମଦାୟକ ହେବା ସହ କମ୍ ସମୟ ମଧ୍ୟରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ ପହଞ୍ଚି ପାରିବେ । ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନରେ 1128 ଯାତ୍ରୀଙ୍କ କ୍ଷମତା ବିଶିଷ୍ଟ 14 ଏସି ଚେୟାର କାର କୋଚ ଏବଂ ଦୁଇଟି କାର୍ଯ୍ୟନିର୍ବାହୀ ଏସି ଚେୟାର କାର କୋଚ ରହିଛି । ଆସନ୍ତା ତିନି ବର୍ଷ ମଧ୍ୟରେ ସାରା ଦେଶରେ 400 ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଚଳାଇବାକୁ ସରକାର ଯୋଜନା କରିଛନ୍ତି । ଗତବର୍ଷ ଓଡ଼ିଶା ଗସ୍ତ ସମୟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ, ରାଜ୍ୟରେ ଖୁବଶୀଘ୍ର ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡିବାକୁ ଯାଉଛି ।

ବର୍ତ୍ତମାନ ସୁଦ୍ଧାରେ ଦେଶରେ ୯ଟି ରୁଟ୍‌ରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ କରୁଛି । ଏହି ଟ୍ରେନ୍ ସର୍ବାଧିକ 180 କିଲୋମିଟର ବେଗରେ ଚାଲି ପାରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+