ଓଡ଼ିଶାରେ ଗଡ଼ିବ ‘ବନ୍ଦେ ମେଟ୍ରୋ', ଜାନୁଆରୀରେ ପୁରୀ ରୁ କଟକ ଆରମ୍ଭ ହେବ ବନ୍ଦେ ମେଟ୍ରୋ

vande metro

ପୁରୀ: ଓଡ଼ିଶାକୁ ମିଳିବ ଆଉ ଏକ ଉନ୍ନତ ଧରଣର ରେଳ ସେବା । ରାଜ୍ୟରେ ଖୁବ୍ ଶୀଘ୍ର ଗଡ଼ିବ 'ବନ୍ଦେ ମେଟ୍ରୋ' । ପୁରୀ- ଭୁବନେଶ୍ୱର-କଟକ ମଧ୍ୟରେ ଚଳାଚଳ କରିବ ଏହି ବନ୍ଦେ ମେଟ୍ରୋ । ଏନେଇ ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହା ସହିତ ଓଡ଼ିଶାକୁ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ ମିଳିବ ।

ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡ଼ା ଦେଇ ରାଉରକେଲା ଯାଏଁ ଚାଲିବ । ଏହା ଦ୍ୱାରା ଉପକୃତ ହେବେ ପଶ୍ଚିମ ଓଡ଼ିଶାବାସୀ । ସ୍ଲିପର୍ ବନ୍ଦେ ଭାରତ ଏକ୍ସପ୍ରେସ୍ ବି ଚାଲିବା ନେଇ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ।

ଆଜି ରାଜ୍ୟରେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭର୍ଚୁଆଲ ମାଧ୍ୟରେ ସବୁଜ ପତାକା ଦେଖାଇ ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ ।

ଏହି ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ଆଇଟିଡିସି ଅଧ୍ୟକ୍ଷ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ଯୋଗ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+